ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଚିହ୍ନଟ ୧୫,୨୨୩ ଜଣ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ଠାରୁ ଆଜିର ସଂକ୍ରମଣ ହାର ୧୦% ଅଧିକ ବୋଲି ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୫,୨୨୩ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୫୧ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୦୬,୧୦,୮୮୩ରେ ପହଞ୍ଚିଛି।
/sambad/media/post_attachments/wp-content/uploads/2021/01/cvii-10.jpg)
ଗତ ୨୪ ଘଣ୍ଟାରେ ୧୫୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୨,୮୬୯ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୯, ୯୬୫ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୨,୬୫,୭୦୬। ଜାତୀୟସ୍ତରରେ ସୁସ୍ଥତା ହାର ୯୬.୭୫%ରେ ପହଞ୍ଚିଥିବା ବେଳେ ମୃତ୍ୟୁହାର ୧.୪୪%ରେ ରହିଛି।
ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୧,୯୨,୩୦୮ରେ ପହଞ୍ଚିଛି।
ସେହିଭଳି ଏପର୍ଯ୍ୟନ୍ତ ଦେଶରେ ସମୁଦାୟ ୮,୦୬,୪୮୪ଜଣଙ୍କୁ କୋଭିଡ୍-୧୯ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ବୁଧବାର ସୁଦ୍ଧା ସମଗ୍ର ଦେଶରେ ୧୮,୯୩,୪୭,୭୮୨ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା ହୋଇଥିବା ନମୁନା ସଂଖ୍ୟା ହେଉଛି ୭,୮୦,୮୩୫।