କୋଭିଡ୍‌-୧୯: ୨୪ ଘଣ୍ଟାରେ ଦେଶରେ ୧୭,୯୨୧ ନୂଆ ସଂକ୍ରମଣ ସହ ୧୧.୨୬ ନିୟୁତରେ ପହଞ୍ଚିଲା ସମୁଦାୟ ସଂକ୍ରମଣ ସଂଖ୍ୟା

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୧୭,୯୨୧ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ସମୁଦାୟ ସଂକ୍ରମଣ ସଂଖ୍ୟା ୧୧.୨୬ ନିୟୁତରେ ପହଞ୍ଚିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୭,୯୨୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୩୩ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୨,୬୨,୭୦୭ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୩୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୮,୦୬୩ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୦,୬୫୨ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୯,୨୦,୦୪୬।

Image Courtesy of NDTV

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୮୪,୫୯୮ । ଏହା ହେଉଛି ସମୁଦାୟ ସଂକ୍ରମଣ ସଂଖ୍ୟା ୧.୬୪%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୪୦,୩୭,୬୪୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମାର୍ଚ ୯ ସୁଦ୍ଧା ସମୁଦାୟ ୨୨,୩୪,୭୯,୮୭୭ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୭,୬୩,୦୮୧ଟି ନମୁନା।

ସମ୍ବନ୍ଧିତ ଖବର