୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୮, ୧୩୯ ଆକ୍ରାନ୍ତଙ୍କ ସହ ଦେଶରେ କୋଭିଡ୍‌-୧୯ ସଂକ୍ରମିତସଂଖ୍ୟା ୧.୦୪ କୋଟି ଟପିଲା

Advertisment
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୮, ୧୩୯ ଆକ୍ରାନ୍ତଙ୍କ ସହ ଦେଶରେ କୋଭିଡ୍‌-୧୯ ସଂକ୍ରମିତସଂଖ୍ୟା ୧.୦୪ କୋଟି ଟପିଲା

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଥିବା ୧୮,୧୩୯ଜଣ ସଂକ୍ରମିତଙ୍କୁ ମିଶାଇ ଦେଶରେ ସମୁଦାୟ କୋଭିଡ୍‌-୧୯ଦ୍ୱାରା ଆକ୍ରାନ୍ତ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୧.୦୪ କୋଟି ଟପିଯାଇଛି। ଗତକାଲି ଠାରୁ ଆଜିର ସଂକ୍ରମଣ ହାର ୧୦% କମ୍‌ ରହିଛି।
ସମ୍ପ୍ରତି ଭାରତରେ ସମୁଦାୟ କରୋନାଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦, ୪୧୩, ୪୧୭ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର େଓ୍ଵବ୍‌ସାଇଟ୍‌ରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୮, ୧୩୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୩୪ ମୃତ୍ୟୁ ରେକର୍ଡ କରାଯାଇଛି। ଗତକାଲି ଠାରୁ ଆଜିର ସଂକ୍ରମଣ ସଂଖ୍ୟା ୧୨% ଅଧିକ ରହିଛି।

publive-image Image Courtesy of NDTV

ଗତ ୨୪ ଘଣ୍ଟାରେ ୨୩୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୦,୫୭୦ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ସୁସ୍ଥ ହୋଇଥିବା ୨୦,୫୩୯ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୦,୩୭,୩୯୮।
ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨, ୨୫,୪୪୯।
କରୋନାଭାଇରସ୍‌ ଟିକା ବଣ୍ଟନ ପ୍ରକ୍ରିୟା ନିମନ୍ତେ ଆଜି ଦେଶର ୩୩ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଦ୍ୱିତୀୟ ପର୍ଯ୍ୟାୟ ‘ଡ୍ରାଏ ରନ୍‌’ ଆରମ୍ଭ ହୋଇଛି।

publive-image Image Courtesy of Hindustan Times

‘ଡ୍ରାଏ ରନ୍‌’ ପ୍ରସ୍ତୁତି ସମୀକ୍ଷା କରିବା ନିମନ୍ତେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡାକ୍ତର ହର୍ଷ ବର୍ଦ୍ଧନ ଗତକାଲି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମନ୍ତ୍ରୀ, ମୁଖ୍ୟ ଏବଂ ଅତିରିକ୍ତ ଶାସନ ସଚିବମାନଙ୍କ ସହ ଆଲୋଚନା କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe