ଆଇପିଏଲ୍ : ଗୁଜରାଟ ଟାଇଟନ୍ସ ଆଗରେ ୨୦୪ ରନର ଲକ୍ଷ୍ୟ ରଖିଲା ଦିଲ୍ଲୀ କ୍ୟାପିଟାଲ୍ସ

Advertisment

ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମଠାରେ ଚାଲିଥିବା ଆଇପିଏଲ ୨୦୨୫ର ଏକ ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଆଗରେ ୨୦୪ ରନର ଲକ୍ଷ୍ୟ ରଖିଛି ଦିଲ୍ଲୀ କ୍ୟାପିଟାଲ୍ସ। ଦିଲ୍ଲୀ ନିର୍ଦ୍ଧାରିତ ୨୦ ଓଭରରେ ୮ ଓ୍ବିକେଟ ହରାଇ ୨୦୩ ରନ କରିଥିଲା ।

ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମଠାରେ ଚାଲିଥିବା ଆଇପିଏଲ ୨୦୨୫ର ଏକ ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଆଗରେ ୨୦୪ ରନର ଲକ୍ଷ୍ୟ ରଖିଛି ଦିଲ୍ଲୀ କ୍ୟାପିଟାଲ୍ସ। ଦିଲ୍ଲୀ ନିର୍ଦ୍ଧାରିତ ୨୦ ଓଭରରେ ୮ ଓ୍ବିକେଟ ହରାଇ ୨୦୩ ରନ କରିଥିଲା ।

dc

ଅହମ୍ମଦାବାଦ : ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମଠାରେ ଚାଲିଥିବା ଆଇପିଏଲ ୨୦୨୫ର ଏକ ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଆଗରେ ୨୦୪ ରନର ଲକ୍ଷ୍ୟ ରଖିଛି ଦିଲ୍ଲୀ କ୍ୟାପିଟାଲ୍ସ।

ଏହି ମ୍ୟାଚରେ ଗୁଜରାଟ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ପ୍ରଥମେ ବ୍ୟାଟିଂ କରିଥିବା ଦିଲ୍ଲୀ ନିର୍ଦ୍ଧାରିତ ୨୦ ଓଭରରେ ୮ ଓ୍ବିକେଟ ହରାଇ ୨୦୩ ରନ କରିଥିଲା । ଦିଲ୍ଲୀ ପକ୍ଷରୁ ପ୍ରାୟ ସମସ୍ତ ଆଗଧାଡ଼ିର ବ୍ୟାଟ୍ସମ୍ୟାନମାନେ ଭଲ ସ୍କୋର କରିଥିବାରୁ ଦଳଗତଭାବେ ଏକ ବଡ଼ ସ୍କୋର ଛିଡ଼ା କରିବାକୁ ସକ୍ଷମ ହୋଇଥିଲା । ଦଳ ପକ୍ଷରୁ ଅକ୍ଷର ପଟେଲ ୩୯ ରନ କରିଥିବାବେଳେ ଆଶୁତୋଷ ଶର୍ମା ୩୭ ରନ କରିଥିଲେ । କରୁଣ ନାୟାର ଓ ଟ୍ରିଷ୍ଟାନ ଷ୍ଟବ୍ସ ୩୧ ରନ ଲେଖାଏଁ କରିଥିଲେ । କେଏଲ ରାହୁଲ ୨୮ ରନ କରିଥିବାବେଳେ ଅଭିଷେକ ପୋରେଲ୍ ୧୮ ରନ କରିଥିଲେ। 

ଗୁଜରାଟ ପକ୍ଷରୁ ପ୍ରସିଦ୍ଧ କ୍ରିଷ୍ଣା ୪ଟି ଓ୍ବିକେଟ ନେଇଥିବାବେଳେ ମହମ୍ମଦ ସିରାଜ, ଅର୍ସଦ ଖାଁ, ଇଶାନ୍ତ ଶର୍ମା ଓ ସାଇ କିଶୋର ଗୋଟିଏ ଲେଖାଏଁ ଓ୍ବିକେଟ ନେଇଥିଲେ । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe