ଜୀବନ ବିକଳରେ ବନ୍ଧୁକ ଛାଡୁଛନ୍ତି ମାଓବାଦୀ, ପୁଣି ଆତ୍ମସମର୍ପଣ କଲେ ୨୨ ମାଓବାଦୀ

ମାଓବାଦୀଙ୍କ ଆତ୍ମସମର୍ପଣ ପରେ ମୁଖ୍ଯମନ୍ତ୍ରୀ କହିଛନ୍ତି- ମାଓବାଦୀମାନେ ଏବେ ବନ୍ଧୁକ ଛାଡି ବିକାଶର ରାସ୍ତା ବାଛୁଛନ୍ତି । ଏହି ସରକାରରେ ମୋଟ ୧୪୭୬ ଜଣ ମାଓବାଦୀ ଆତ୍ମସମର୍ପଣ କଲେଣି । 

22 naxal

ରାଇପୁର: ଭୁଶୁଡୁଛି ମାଓ ଦୁର୍ଗ । ଧ୍ବଂସ ପାଉଛି ଲାଲ୍ ଗଡ଼ । ଭାରତକୁ ମାଓମୁକ୍ତ କରିବାକୁ ଅଭିଯାନ ଆରମ୍ଭ ହୋଇଥିବା ବେଳେ ନକ୍ସଲଙ୍କୁ ନିସ୍ତାର ଦେଉନାହାନ୍ତି ସୁରକ୍ଷାକର୍ମୀ । ଗୋଟେ ପଟେ ନକ୍ସଲଙ୍କୁ ନିପାତ କରାଯାଉଥିବା ବେଳେ ଅନ୍ୟପଟେ ପ୍ରାଣ ବିକଳରେ ଆତ୍ମସମର୍ପଣ କରୁଛନ୍ତି ମାଓବାଦୀ । ଆଉ ଏହି କ୍ରମରେ ଛତିଶଗଡ ନାରାୟଣପୁରରେ ପୁଣି ଆତ୍ମସମର୍ପଣ କରିଛନ୍ତି ୨୨ ମାଓବାଦୀ । 

22

ତେବେ ନାରାୟଣପୁର ପୋଲିସ ପାଖରେ ୨୨ ଜଣ ମାଓବାଦୀ ଆତ୍ମସମର୍ପଣ କରିଥିବା ବେଳେ ସେମାନଙ୍କ ମଧ୍ଯରେ ୮ ଜଣ ମହିଳା ଅଛନ୍ତି । ୨୨ ମାଓବାଦୀଙ୍କ ନାଁରେ ୩୭ ଲକ୍ଷ ଟଙ୍କାର ପୁରସ୍କାର ଥିଲା। ଏମାନେ ଅବୁଝମାଡ ଡିଭିଜନର ଡିସିଏମ, ଏସିଏମ, ପାର୍ଟି ମେମ୍ବର ଭାବେ ସକ୍ରୀୟ ଥିଲେ। ତେବେ ଆତ୍ମସର୍ପଣ ପରେ ସମସ୍ତଙ୍କୁ ୫୦ ହଜାର ଟଙ୍କାର ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଛି।

WhatsApp Image 2025-07-12 at 07.35.11 (1)

ମାଓବାଦୀଙ୍କ ଆତ୍ମସମର୍ପଣ ପରେ ମୁଖ୍ଯମନ୍ତ୍ରୀ କହିଛନ୍ତି- ମାଓବାଦୀମାନେ ଏବେ ବନ୍ଧୁକ ଛାଡି ବିକାଶର ରାସ୍ତା ବାଛୁଛନ୍ତି । ଏହି ସରକାରରେ ମୋଟ ୧୪୭୬ ଜଣ ମାଓବାଦୀ ଆତ୍ମସମର୍ପଣ କଲେଣି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe