୨୪ ଘଣ୍ଟାରେ ଦେଶରେ ୨୪୮୩ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: କ୍ରମାଗତ ୬ ଦିନ ଧରି ଦେଶରେ ଦୈନିକ କରୋନାଭାଇରସ୍ ସଂକ୍ରମଣ ସଂଖ୍ୟା ଅଢ଼େଇ ହଜାରରୁ ଅଧିକ ରହିଆସୁଥିବାବେଳେ ଆଜି କରୋନା ମାମଲା ଅଳ୍ପ କମିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ତଥ୍ୟ ଅନୁସାରେ, ମଙ୍ଗଳବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୪୮୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨୪୮୩ ଜଣ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୫ ହଜାର ୬୩୬ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୯୭୦ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୨୩,୩୧୧ । ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୫୬୩୬ ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୭,୯୫,୭୬,୪୨୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ସେହିପରି ଗତକାଲି ୪ ଲକ୍ଷ ୪୯ ହଜାର ୧୯୭ ଜଣଙ୍କର କୋଭିଡ ପରୀକ୍ଷା କରାଯାଇଛି | ସୂଚନା ଥାଉ କି ଗତକାଲି ୨,୫୪୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୦ମୃତ୍ୟୁ ରେକର୍ଡ କରାଯାଇଥିବାବେଳେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଅଳ୍ପ କମିଛି |

ସମ୍ବନ୍ଧିତ ଖବର