ଉତ୍ତରାଖଣ୍ଡରେ ଭୟଙ୍କର ହିମସ୍ଖଳନ: ୩ ମୃତଦେହ ଉଦ୍ଧାର, ହେଲପଲାଇନ ନମ୍ବର ଜାରି

ଚମୋଲି: ରବିବାର ଦିନ ନନ୍ଦାଦେବୀ ଗ୍ଲାସିଅରର ଏକ ଅଂଶ ଭାଙ୍ଗିବା ପରେ ଉତ୍ତରପ୍ରଦେଶର ଚମୋଲି ଜିଲ୍ଲାର ଜୋଶିମଠ ଧଉଳି ଗଙ୍ଗା ନଦୀରେ ବ୍ୟାପକ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବନ୍ୟା ପରିସ୍ଥିତି ଧଉଳି ଗଙ୍ଗା କୂଳରେ ରହୁଥିବା ଲୋକଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି କରିଛି। ଏଭଳି ଘଟିବା ନେଇ କେହି ଆଶଙ୍କା କରିନଥିବା ବେଳେ ହଠାତ୍ ହିମସ୍ଖଳନ ହେବାରୁ ୩ଜଣଙ୍କର ମୃତ୍ୟୁ ହୋଇଛି। ୧୦୦-୧୫୦ଲୋକ ନିଖୋଜ ହୋଇଯାଇଥିବା ନେଇ ଆଶଙ୍କା କରାଯାଉଥିବା ବେଳେ ଉତ୍ତରପ୍ରଦେଶର ଚମୋଲିର ତାପୋବନ ଅଞ୍ଚଳରେ ଥିବା ଏନଟିପିସି ସାଇଟରୁ ୩ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି।

ଆଟିବିପି, ଏସଡିଆରଏଫ ଏବଂ ଏନଡିଆରଏଫର ଟିମ୍ ଉଦ୍ଧାରକାର୍ଯ୍ୟରେ ଲାଗିଥିବା ବେଳେ କୌଣସି ପ୍ରକାରର ସାହାଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର ସିଂହ ରାୱତ ହେଲପଲାଇନ ନମ୍ବର ଜାରି କରିଛନ୍ତି। ପ୍ରଭାବିତ ଅଞ୍ଚଳରେ ଫସି ରହିଥିବା ଲୋକେ କୌଣସି ପ୍ରକାରର ସାହାଯ୍ୟ ପାଇଁ ୧୦୭୦ ବା ୯୫୫୭୪୪୪୪୮୬ରେ ଯୋଗାଯୋଗ କରିପାରିବେ।

Image result for Uttarakhand glacier burst LIVE: 3 bodies recovered, 150 feared missing; IAF joins rescue ops
www.ndtv.com

ଏହି ହିମସ୍ଖଳନ କାରଣରୁ ବିଦ୍ୟୁତ୍ ପ୍ରକଳ୍ପ ଋଷି ଗଙ୍ଗା କ୍ଷତିଗ୍ରସ୍ତ ହୋଇଥିବା ଜଣାପଡ଼ିଛି। ଏହି ପ୍ରକଳ୍ପରେ କାର୍ଯ୍ୟ କରୁଥିବା ପ୍ରାୟ ୪୦ରୁ ୫୦ଜଣ ଶ୍ରମିକଙ୍କୁ ଖୋଜିବା ପାଇଁ ଉଦ୍ଧାର କାର୍ଯ୍ୟ ଚାଲିଛି। ଏହା ସହ ସେଠାରେ ଥିବା ତପୋବନ ବ୍ୟାରେଜ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି । ଉଦ୍ଧାର କାର୍ଯ୍ୟ ପାଇଁ ଆଟିବିପି, ଏସଡିଆରଏଫ ଏବଂ ଏନଡିଆରଏଫର ଟିମ୍ ସହ ବାୟୁସେନାର ହେଲିକପ୍ଟରକୁ କାମରେ ଲଗାଯାଇଛି।

ଏହି ଘଟଣାକୁ ନେଇ ପ୍ରଶାସନ ପକ୍ଷରୁ ସତର୍କତା ଜାରି କରାଯାଇଛି । ଗାଁ ନିକଟ ଦେଇ ବହି ଯାଇଥିବା ନଦୀକୂଳରେ ରହୁଥିବା ଲୋକଙ୍କୁ ଦୂରକୁ ଚାଲି ଯିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ କୁହାଯାଇଛି । ଏହାସହ ହରିଦ୍ୱାର, ଋଶିକେଶ ଓ ଶ୍ରୀନଗରେ ଆଲର୍ଟ ଜାରି ହୋଇଛି । ପରିସ୍ଥିତିକୁ ନଜରରେ ରଖି ଲୋକେ ସତର୍କ ହୋଇ ରହିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସତର୍କତା ଜାରି କରାଯାଇଛି ।

ସମ୍ବନ୍ଧିତ ଖବର