ଆଲ୍ମୋରା: ସୋମବାର ଉତ୍ତରାଖଣ୍ଡର ଆଲମୋରାଠାରେ ଏକ ବସ୍ ଘାଟିରେ ଖସିପଡ଼ିବା ପରେ ଅତି କମରେ ୩୬ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଛି। ଏଥିରେ ୧୯ ଜଣ ଆହତ ହୋଇଛନ୍ତି।
ମାର୍ଚ୍ଚୁଲାର ସଲ୍ଟ ଅଞ୍ଚଳରେ ଦୁର୍ଘଟଣାସ୍ଥଳରେ ଜାତୀୟ ବିପର୍ଯ୍ୟୟ ମୁକାବିଲା ଫୋର୍ସ (ଏନଡିଆରଏଫ) ଏବଂ ରାଜ୍ୟ ବିପର୍ଯ୍ୟୟ ମୁକାବିଲା ଫୋର୍ସ (ଏସଡିଆରଏଫ)ର ପୁଲିସ ଏବଂ ଟିମ୍ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।
ସୂଚନାନୁସାରେ, ବସ୍ର ଓଭରଲୋଡିଂ ଦୁର୍ଘଟଣା ପଛର କାରଣ ହୋଇଥାଇପାରେ। ଆଲ୍ମୋରା ପୁଲିସ୍ ଅଧୀକ୍ଷକ ଦେବେନ୍ଦ୍ର ପିଞ୍ଚା କହିଛନ୍ତି ଯେ ମୃତ୍ୟୁ ସଂଖ୍ୟା ବଢ଼ିବାର ଆଶଙ୍କା କରାଯାଉଛି।
ଦୁର୍ଘଟଣା ଘଟିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୃତକଙ୍କ ପରିବାର ପାଇଁ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଆର୍ଥିକ ସହାୟତା ଘୋଷଣା କରିଛନ୍ତି।
ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ମୃତକଙ୍କ ପରିବାର ପାଇଁ ପ୍ରତ୍ୟେକଙ୍କୁ ୪ ଲକ୍ଷ ଟଙ୍କା ଏବଂ ଆହତଙ୍କ ପାଇଁ ପ୍ରତ୍ୟେକଙ୍କୁ ୧ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଘୋଷଣା କରିଛନ୍ତି ବୋଲି ନ୍ୟୁଜ୍ ଏଜେନ୍ସି ଏଏନ୍ଆଇ ରିପୋର୍ଟ କରିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/07/14/2025-07-14t130310706z-502487809_3832857453524870_6306522069312104664_n-2025-07-14-18-33-09.jpg)
/sambad/media/media_files/2024/11/04/zdevJ6HA7RB5uwkM8eLA.jpg)