୨୪ ଘଣ୍ଟାରେ ଦେଶରେ ୪୮,୨୬୮ ହଜାର ନୂଆ କରୋନା ଆକ୍ରାନ୍ତ, ୫୫୧ ମୃତ

ନୂଆଦିଲ୍ଲୀ : ଦେଶରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ନିୟମିତଭାବେ କମିଚାଲିଛି । ଗତ ୨୪ ଘଣ୍ଟାରେ ଦେଶରେ ୪୮,୨୬୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଓ ୫୫୧ ଜଣ ମୃତ୍ୟୁବରଣ କରିଛନ୍ତି । ଏହା ଫଳରେ ଦେଶର ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୧ ଲକ୍ଷ ଟପିଯାଇଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୮୧,୩୭,୧୧୯ରେ ପହଞ୍ଚିଛି । ଏହା ମଧ୍ୟରୁ ୫୮୨୬୪୯ ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୧,୨୧,୬୪୧ କୁ ବୃଦ୍ଧି ପାଇଛି । ତେବେ ଶୁଭ ସୂଚନା ହେଉଛି ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୭୪,୩୨,୮୨୯ ରେ ପହଞ୍ଚିଛି ।

ଅନ୍ୟପକ୍ଷରେ ସାରା ବିଶ୍ୱରେ ମଙ୍ଗଳବାର  ସୁଦ୍ଧା ମୋଟ ସଂକ୍ରମିତଙ୍କ ସଂଖ୍ୟା ୪ କୋଟି ୫୫ ଲକ୍ଷ ଓ ମୃତ୍ୟୁସଂଖ୍ୟା ୧୧.୮୮ ଲକ୍ଷ ଟପିଯାଇଛି । ଆମେରିକାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯୦ ଲକ୍ଷ ୪୩ ହଜାରକୁ ବୃଦ୍ଧି ପାଇଛି ।  ଆମେରିକା ତଳକୁ ଭାରତ ଓ ବ୍ରାଜିଲ ରହିଛନ୍ତି ବୋଲି ଆମେରିକାର ଜନ ହପକିନ୍ସ ବିଶ୍ୱବିଦ୍ୟାଳୟ ପକ୍ଷରୁ ଜାରି ତଥ୍ୟରେ କୁହାଯାଇଛି ।

ସମ୍ବନ୍ଧିତ ଖବର