‌ତେଜସ୍ବୀଙ୍କୁ ବଙ୍ଗଳା ଖାଲି କରିବାକୁ ସୁପ୍ରିମ୍‌ କୋର୍ଟଙ୍କ ନିର୍ଦ୍ଦେଶ, ୫୦,୦୦୦ ଟଙ୍କା ଜରିମାନା

ନୂଆଦିଲ୍ଲୀ : ସୁପ୍ରିମକୋର୍ଟ ଆଜି ଆରଜେଡି ନେତା ତେଜସ୍ବୀ ଯାଦବଙ୍କୁ ଉପ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଉଦ୍ଦିଷ୍ଟ ଥିବା ସରକାରୀ ବଙ୍ଗଳାକୁ ତୁରନ୍ତ ଖାଲି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତେଜସ୍ବୀ ପାଟନା ହାଇକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ବେ ସେ ବଙ୍ଗଳା ଖାଲି ନକରି ଉଭୟ ହାଇକୋର୍ଟ ଏବଂ ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ଚ୍ୟ‌ାଲେଂଜ କରି ସୁପ୍ରିମକୋର୍ଟରେ ଆବେଦନ କରିଥିଲେ। କିନ୍ତୁ ସୁପ୍ରିମକୋର୍ଟ ତାଙ୍କୁ ତୁରନ୍ତ ବଙ୍ଗଳା ଖାଲି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସରକାରଙ୍କ ନିଷ୍ପତ୍ତିକୁ ଚ୍ୟାଲେଂଜ କରିଥିବାରୁ କୋର୍ଟ ତେଜସ୍ବୀଙ୍କ ଉପରେ ୫୦,୦୦୦ ଟଙ୍କା ଜରିମାନା କରିଛନ୍ତି।

ସମ୍ବନ୍ଧିତ ଖବର