ଅମିତ ଶାହଙ୍କ ଉପସ୍ଥିତିରେ ବିଜେପିରେ ସାମିଲ ହେଲେ ପୂର୍ବତନ ମନ୍ତ୍ରୀଙ୍କ ସମେତ ତୃଣମୂଳ କଂଗ୍ରେସର ୫ ବରିଷ୍ଠ ନେତା

Advertisment
ଅମିତ ଶାହଙ୍କ ଉପସ୍ଥିତିରେ ବିଜେପିରେ ସାମିଲ ହେଲେ ପୂର୍ବତନ ମନ୍ତ୍ରୀଙ୍କ ସମେତ ତୃଣମୂଳ କଂଗ୍ରେସର ୫ ବରିଷ୍ଠ ନେତା

image source-aajtak

ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସକୁ ଲଗାତାର ଝଟକା ପରେ ଝଟକା ଲାଗୁଛି। ଆଜି ତୃଣମୂଳ କଂଗ୍ରେସର ୫ ଜଣ ବରିଷ୍ଠ ନେତା ଦିଲ୍ଲୀରେ ବିଜେପିରେ ଯୋଗ ଦେଇଛନ୍ତି। ଏମାନେ ହେଲେ ତୃଣମୂଳ କଂଗ୍ରେସରୁ ଇସ୍ତଫା ଦେଇଥିବା ପୂର୍ବତନ ମନ୍ତ୍ରୀ ରାଜୀବ ବାନାର୍ଜୀ, ବିଧାୟିକା ତଥା ବିସିସିଆଇର ପୂର୍ବତନ ଅଧ୍ୟକ୍ଷ ଜଗମୋହନ ଡାଲମିଆଙ୍କ ଝିଅ ବୈଶାଳୀ ଡାଲମିଆ , ରୁଦ୍ରନୀଲ ଘୋଷ, ବିଧାୟକ ପ୍ରବୀର ଘୋଷାଲ ଏବଂ ହାଓଡ଼ା ମ୍ୟୁନିସିପାଲ କର୍ପୋରେସନର ପୂର୍ବତନ ମେୟର ରଥିନ ଚକ୍ରବର୍ତ୍ତୀ ରହିଛନ୍ତି।

ଏହି ନେତାମାନଙ୍କୁ ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଅମିତ ଶାହ ଦଳରେ ସାମିଲ କରିଛନ୍ତି। ନୂଆଦିଲ୍ଲୀରେ ଗୃହମନ୍ତ୍ରୀ ଅମିତ ଶାହାଙ୍କ ବାସଭବନରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ବିଜେପି ନେତା ମୁକୁଲ ରାୟ ଏବଂ ପଶ୍ଚିମବଙ୍ଗର ବିଜେପି ପ୍ରଭାରୀ ବିଜୟ କୈଳାସବର୍ଗୀୟ ମଧ୍ୟ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ଏହି ଚାରିଜଣ ନେତା ଏକ ସ୍ୱତନ୍ତ୍ର ବିମାନରେ ଦିଲ୍ଲୀ ଯାଇଥିଲେ। ଏହି ୫ଜଣ ନେତା ଗୃହମନ୍ତ୍ରୀ ଅମିତ ଶାହାଙ୍କ ପଶ୍ଚିମବଙ୍ଗ ଗସ୍ତ ଅବସରରେ ବିଜେପିରେ ସାମିଲ ହେବା ନେଇ ପୂର୍ବରୁ ଶୁଣାଯାଉଥିଲା। ତେବେ ଦିଲ୍ଲୀର ଇସ୍ରାଏଲ ଦୂତାବାସ ବୋମା ବିସ୍ଫୋରଣ ଘଟଣା ପରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ତାଙ୍କର ଦୁଇଦିନିଆ ପଶ୍ଚିମବଙ୍ଗ ଗସ୍ତକୁ ବାତିଲ କରିଛନ୍ତି। ଶାହାଙ୍କ ପଶ୍ଚିମବଙ୍ଗ ଗସ୍ତ ବାତିଲ ପରେ ଏହି ୪ ଜଣ ନେତା ଦିଲ୍ଲୀରେ ବିଜେପିରେ ଯୋଗ ଦେଇଛନ୍ତି।

ସୂଚନା ଥାଉ କି ଗତ ମାସରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ପଶ୍ଚିମବଙ୍ଗ ଗସ୍ତ ସମୟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ଶୁଭେନ୍ଦୁ ଅଧିକାରୀଙ୍କ ସମେତ ୭ ଜଣ ବିଧାୟକ ବିଜେପିରେ ଯୋଗ ଦେଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe