ବିହାର ନିର୍ବାଚନ : ଦିନ ୧୦ଟା ସୁଦ୍ଧା ୭.୩୫% ମତଦାନ

ପାଟନା : ବିହାରରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ ହୋଇଛି । କରୋନା ମହାମାରୀ ମଧ୍ୟରେ ଏହା ଦେଶରେ ପ୍ରଥମ ନିର୍ବାଚନ ବୋଲି କୁହାଯାଉଛି । ମିଳିଥିବା ସୂଚନା ଅନୁସାରେ ୧୦ଟା ସୁଦ୍ଧା ପ୍ରାୟ ୭.୩୫ ପ୍ରତିଶତ ମତଦାନ ହୋଇଛି ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ)ଙ୍କ ଅଫିସ ପକ୍ଷରୁ ସୂଚନା ଦିଆଯାଇଛି ।

ପ୍ରଥମ ପର୍ଯ୍ୟାୟରେ ମୋଟ ୭୧ଟି ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ କରାଯାଉଛି । ଏହି ପର୍ଯ୍ୟାୟ ପାଇଁ ମୋଟ ୨ କୋଟି ୧୫ ଲକ୍ଷ ଭୋଟର ଭୋଟ ଦେବେ । ସେମାନଙ୍କ ମଧ୍ୟରୁ ୧ କୋଟି ୧୨ ଲକ୍ଷ ପୁରୁଷ ଥିବାବେଳେ ୧ କୋଟି ମହିଳା ଭୋଟର ଅଛନ୍ତି । ଏହା ସହିତ ୫୯୯ ଜଣ ତୃତୀୟ ଲିଙ୍ଗର ଭୋଟର ଅଛନ୍ତି । ଏହି ପର୍ଯ୍ୟାୟ ନିର୍ବାଚନ ପାଇଁ ୯୫୨ ଜଣ ପୁରୁଷ ଓ ୧୧୪ ଜଣ ମହିଳା ପ୍ରାର୍ଥୀ ପ୍ରତିଦ୍ବନ୍ଦିତା କରୁଛନ୍ତି । ନିର୍ବାଚନ ପୂର୍ବରୁ ଆଜି ଔରଙ୍ଗାବାଦ ଜିଲ୍ଲାରେ କେତେକ ଆଇଇଡି ଜବତ ହୋଇଛି । ଏହାପରେ ଅଞ୍ଚଳରେ ସୁରକ୍ଷା କଡ଼ାକଡ଼ି କରାଯାଇଛି ।

 

ସମ୍ବନ୍ଧିତ ଖବର

Comments are closed.