ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ରେକର୍ଡସଂଖ୍ୟକ ୮୯,୧୨୯ ଜଣ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ସମୁଦାୟ ସଂକ୍ରମଣ ସଂଖ୍ୟା ୧୨.୩୯ ନିୟୁତ ଟପିଯାଇଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୮୯,୧୨୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୭୧୪ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୨୩,୯୨,୨୬୦ରେ ପହଞ୍ଚିଛି।
Image Courtesy of NDTVଗତ ୨୪ ଘଣ୍ଟାରେ ହୋଇଥିବା ୭୧୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୬୪,୧୧୦ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୪୪,୨୦୨ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୧୫,୬୯,୨୪୧।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୬,୫୮,୯୦୯।
Image Courtesy of India Todayସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୭,୩୦,୫୪,୨୯୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଏପ୍ରିଲ୍ ୨ ସୁଦ୍ଧା ସମୁଦାୟ ୨୪,୬୯,୫୯,୧୯୨ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୦,୪୬,୬୦୫ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/04/Corona-in-India-on-3rd-April_Thumbnail.jpg)