ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ରେକର୍ଡସଂଖ୍ୟକ ୮୯,୧୨୯ ଜଣ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ସମୁଦାୟ ସଂକ୍ରମଣ ସଂଖ୍ୟା ୧୨.୩୯ ନିୟୁତ ଟପିଯାଇଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୮୯,୧୨୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୭୧୪ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୨୩,୯୨,୨୬୦ରେ ପହଞ୍ଚିଛି।
/sambad/media/post_attachments/wp-content/uploads/2021/04/cvii-1.jpg)
ଗତ ୨୪ ଘଣ୍ଟାରେ ହୋଇଥିବା ୭୧୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୬୪,୧୧୦ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୪୪,୨୦୨ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୧୫,୬୯,୨୪୧।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୬,୫୮,୯୦୯।
/sambad/media/post_attachments/wp-content/uploads/2021/04/cvi-2.jpg)
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୭,୩୦,୫୪,୨୯୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଏପ୍ରିଲ୍ ୨ ସୁଦ୍ଧା ସମୁଦାୟ ୨୪,୬୯,୫୯,୧୯୨ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୦,୪୬,୬୦୫ଟି ନମୁନା।