ସୁପ୍ରିମକୋର୍ଟରେ ଜୟନାରାୟଣଙ୍କୁ ବଡ଼ ଝଟକା: ଆଗୁଆ ଜାମିନ ଆବେଦନ ଖାରଜ

ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କୁ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଝଟକା ଲାଗିଛି। ମହିଳା ଆଇଆଇସିଙ୍କୁ ଧକ୍କା ମାରିବା ଘଟଣାରେ ଆଗୁଆ ଜାମିନ ପାଇଁ ଜୟନାରାୟଣ କରିଥିବା ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି...

13ammnxxpaa

ଭୁବନେଶ୍ୱର: ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କୁ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଝଟକା ଲାଗିଛି। ମହିଳା ଆଇଆଇସିଙ୍କୁ ଧକ୍କା ମାରିବା ଘଟଣାରେ ଆଗୁଆ ଜାମିନ ପାଇଁ ଜୟନାରାୟଣ କରିଥିବା ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି।

ମହିଳା ଆଇଆଇସିଙ୍କୁ  ଧକ୍କା ମାରିବା ଘଟଣାରେ ଜୟନାରାୟଣଙ୍କ ଆଗୁଆ ଜାମିନ ଆବେଦନକୁ ଓଡ଼ିଶା ହାଇକୋର୍ଟ ପ୍ରଥମେ ଖାରଜ କରିଥିଲେ । ଏହା ପରେ ସେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ଏବେ ସୁପ୍ରିମକୋର୍ଟ ଓଡିଶା ହାଇକୋର୍ଟଙ୍କ ରାୟକୁ କାଏମ୍ ରଖିଛନ୍ତି।

ଅଧିକ ପଢ଼ନ୍ତୁ:  ଚାଷୀଙ୍କ ସ୍ୱାର୍ଥରେ ବାଧା ଦେଲେ ଜେଲ୍ ପଠାଯିବ: ସମବାୟ ସପ୍ତାହରେ ମୁଖ୍ୟମନ୍ତ୍ରୀଙ୍କ ଚେତାବନୀ

ଗତବର୍ଷ ଫେବ୍ରୁଆରୀ ୧୫ରେ ସମ୍ବଲପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ ବେଳେ ପୁଲିସ ଏବଂ ଆନ୍ଦୋଳନକାରୀ ମୁହାଁମୁହିଁ ହୋଇଥିଲେ । ଏହି ସମୟରେ ଜୟନାରାୟଣ ତତ୍କାଳୀନ କାର୍ଯ୍ୟରତ ଧନୁପାଲୀ ଥାନା ଆଇଆଇସି ଅନିତା ପ୍ରଧାନଙ୍କୁ ଧକ୍କା ମାରିଥିବା ଅଭିଯୋଗ ହୋଇଥିଲା ।

ଆଇଆଇସି ଜୟନାରାୟଣଙ୍କୁ ମାଡ଼ ମାରିଥିବା ନେଇ ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଥାନାରେ ଅଭିଯୋଗ କରାଯାଇଥିଲା।

ଅଧିକ ପଢ଼ନ୍ତୁ:  ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀକୁ ଛୁରାମାଡ଼ କଲା ସ୍ୱାମୀ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe