ବଡ଼ କାର୍ଯ୍ୟାନୁଷ୍ଠାନ ନିଆଯିବ : ମୋଦୀଙ୍କ ସୁରକ୍ଷା ବିଭ୍ରାଟ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀଙ୍କ ବୟାନ

ନୂଆଦିଲ୍ଲୀ : ପଞ୍ଜାବ ଗସ୍ତବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସୁରକ୍ଷାରେ ବିଭ୍ରାଟ ସଂପର୍କରେ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ତଥ୍ୟ ସଂଗ୍ରହ କରାଯାଉଛି । ସୂଚନା ସଂଗ୍ରହ ପରେ ଏ ମାମଲାରେ ଯଥା ସମ୍ଭବ ବଡ଼ ଓ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି । କ୍ୟାବିନେଟ ବୈଠକ ପରେ ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରିବା ସମୟରେ ସେ ଏହି କଥା କହିଛନ୍ତି ।

ସେ କହିଛନ୍ତି ଯେ ଏହି ପ୍ରସଙ୍ଗରେ କେତେକ ଲୋକ ସୁପ୍ରିମ କୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି । ଦେଶର ନ୍ୟାୟ ବ୍ୟବସ୍ଥା ସମସ୍ତଙ୍କୁ ନ୍ୟାୟ ଦେଇଥାନ୍ତି ଓ ଯେତେବେଳେ ଏପରି ଭୁଲ ହୋଇଥାଏ, ସେତେବେଳେ ଯାହା କିଛି କାର୍ଯ୍ୟାନୁଷ୍ଠାନ ନିଆଯିବା କଥା ନିଆଯିବ । ଗୁରୁବାରଦିନ ପ୍ରଧାନମନ୍ତ୍ରୀ ଅର୍ଥନୈତିକ ବ୍ୟାପାର ସମ୍ପର୍କିତ କ୍ୟାବିନେଟ କମିଟି ଓ ସୁରକ୍ଷା ସମ୍ପର୍କିତ କ୍ୟାବିନେଟ କମିଟି ବୈଠକରେ ଅଧ୍ୟକ୍ଷତା କରିଥିଲେ । ଏହି ବୈଠକରେ ଗତକାଲିର ଘଟଣା ସଂପର୍କରେ ଆଲୋଚନା ହୋଇଥିଲା ।

ବୁଧବାର ପଞ୍ଜାବ ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସୁରକ୍ଷା ବ୍ୟବସ୍ଥାରେ ଏକ ବଡ଼ ଧରଣର ବିଭ୍ରାଟ ଦେଖାଦେଇଥିଲା । ପାଗ ଖରାପ ହେବାରୁ ସଡ଼କପଥରେ ଫିରୋଜପୁର ଯାଉଥିବା ମୋଦୀଙ୍କ କ୍ୟାରିକେଡକୁ ଏକ ଫ୍ଲାଏଓଭର ଉପରେ ବିକ୍ଷୋଭକାରୀମାନେ ଅଟକାଇ ଦେଇଥିଲେ । ଏହା ଫଳରେ ମୋଦୀଙ୍କ ଗାଡ଼ି ପ୍ରାୟ ୧୫ ମିନିଟ ଅଟକି ରହିଥିଲା । ଏହା ପରେ ପ୍ରଧାନମନ୍ତ୍ରୀଙ୍କ ଫିରୋଜପୁର ଗସ୍ତ ରଦ୍ଦ କରାଯାଇ ତାଙ୍କୁ ଭଟିଣ୍ଡା ଏୟାରପୋର୍ଟ ଫେରାଇ ଅଣାଯାଇଥିଲା ।

ସମ୍ବନ୍ଧିତ ଖବର