ମ୍ୟାମାର ଭୂମିକମ୍ପ: ମୃତ୍ୟୁ ସଂଖ୍ୟା ୧୦୦୨କୁ ବୃଦ୍ଧି, ବଢ଼ିଲା ଆହତଙ୍କ ସଂଖ୍ୟା

ମ୍ୟାମାର ଓ ଥାଇଲାଣ୍ଡରେ ଶୁକ୍ରବାର ହୋଇଥିବା ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ଭୀଷଣ ବିପର୍ଯ୍ୟୟ ଆସିଛି। ମ୍ୟାମାରରେ ଏପର୍ଯ୍ୟନ୍ତ ୧୦୦୨ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୧୬୦୦ରୁ ଅଧିକ ଆହତ ହୋଇଛନ୍ତି।

ttbsgstt

ତାପିଦା/ବ୍ୟାଙ୍କକ୍‌: ମ୍ୟାମାର ଓ ଥାଇଲାଣ୍ଡରେ ଶୁକ୍ରବାର ହୋଇଥିବା ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ଭୀଷଣ ବିପର୍ଯ୍ୟୟ ଆସିଛି। ୭.୭ ଏବଂ ୬.୪ ତୀବ୍ରତାର ୨ଟି ଭୂକମ୍ପ ପ୍ରଭାବରେ ମ୍ୟାମାରରେ ଅନେକ ସୁଉଚ୍ଚ ଅଟ୍ଟାଳିକା ଆଖି ପିଛୁଳାକେ ମାଟିରେ ମିଶିଯାଇଛି। ମ୍ୟାମାରରେ ଏପର୍ଯ୍ୟନ୍ତ ୧୦୦୨ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୨୩୦୦ରୁ ଅଧିକ ଆହତ ହୋଇଛନ୍ତି।

ଅନ୍ୟପକ୍ଷରେ ଶନିବାର ସକାଳ ୫:୧୬ରେ ଆଫଗାନିସ୍ତାନରେ ମଧ୍ୟ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଭୂମିଠାରୁ ୧୮୦ କିଲୋମିଟର ଗଭୀରତାରେ ଘଟିଥିବା ଏହି ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪.୭ ମାପ କରାଯାଇଥିଲା। ଏପର୍ଯ୍ୟନ୍ତ କୌଣସି ଜୀବନ କିମ୍ବା ସମ୍ପତ୍ତିର କ୍ଷୟକ୍ଷତିର ଖବର ଆସିନାହିଁ। ମିଆଁମାର ଏବଂ ଥାଇଲ୍ୟାଣ୍ଡରେ ଏକ ଶକ୍ତିଶାଳୀ ଭୂମିକମ୍ପ ହେବା ପରେ ଏବେ ଥରିଛି ଆଫଗାନିସ୍ତାନ। 

କୁହାଯାଉଛି ଯେ, ୨୮ ମାର୍ଚ୍ଚରେ ଉଦ୍ଧାର କାର୍ଯ୍ୟ ଚାଲିଥିବା ବେଳେ ବିଳମ୍ବିତ ରାତି ୧୧ଟା ୫୬ସମୟରେ ମିଆଁମାରରେ ୪.୨ ତୀବ୍ରତାର ଆଉ ଏକ ଭୂମିକମ୍ପ ଅନୁଭୂତ ହୋଇଥିଲା।

ତେବେ ମିଆଁମାର ଓ ଥାଇଲ୍ୟାଣ୍ଡ ବ୍ୟତୀତ ଭାରତରେ ମେଘାଳୟ, ମଣିପୁର, ଦିଲ୍ଲୀ, ଉତ୍ତରପ୍ରଦେଶ ଏବଂ ପଶ୍ଚିମବଙ୍ଗରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଥିଲା। ବାଂଲାଦେଶ, ଭିଏତ୍‌ନାମ ଏବଂ ଚୀନ୍‌ର ଦକ୍ଷିଣପଶ୍ଚିମ ୟୁନାନ୍‌ ପ୍ରଦେଶରେ ମଧ୍ୟ ଭୂକମ୍ପର ତୀବ୍ର ଝଟ୍‌କା ଅନୁଭୂତ ହୋଇଛି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe