‘କୃଷି ମେଳା’ ସର୍ବୋକୃଷ୍ଟ ମାଧ୍ୟମ ହୋଇଛି’

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, କୃଷି ହିଁ ଏଠାକାର ସାଂସ୍କୃତିକ ଓ ସାମାଜିକ ଏକତାର ମୂଳ ଉପାଦାନ। ଜନସାଧାରଣ ବିଶେଷ ଭାବରେ ‘ଅନ୍ନଦାତା’ଙ୍କ ପାଖରେ ଆଧୁନିକ କୃଷି ଯନ୍ତ୍ରପାତି ପହଞ୍ଚାଇବା ଦିଗରେ ସରକାରଙ୍କ ପକ୍ଷରୁ ‘ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା’ର ଆୟୋଜନ ସ୍ୱାଗତଯୋଗ୍ୟ।   

Dharmendra Pradhan in Sambalpur.

Dharmendra Pradhan in Sambalpur. Photograph: (Sambad )

ସମ୍ବଲପୁର: ଚାଷ ହେଉଛି ସମ୍ବଲପୁରର ଅର୍ଥନୀତି। କୃଷି ହିଁ ଏଠାକାର ସାଂସ୍କୃତିକ ଓ ସାମାଜିକ ଏକତାର ମୂଳ ଉପାଦାନ। ସମ୍ବଲପୁରର ଜନସାଧାରଣ ବିଶେଷ ଭାବରେ ‘ଅନ୍ନଦାତା’ଙ୍କ ପାଖରେ ଆଧୁନିକ କୃଷି ଯନ୍ତ୍ରପାତି ପହଞ୍ଚାଇବା ଦିଗରେ ରାଜ୍ୟ ସରକାରଙ୍କ ପକ୍ଷରୁ ‘ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା’ର ଆୟୋଜନ ସ୍ୱାଗତଯୋଗ୍ୟ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।   

‘ସୁଶାସନ ଦିବସ’ ଅବସରରେ ସମ୍ବଲପୁର ଜିଲ୍ଲାର ଅଇଁଠାପାଲି ଠାରେ “ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା, କୃଷି ମହୋତ୍ସବ ଏବଂ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ୨୦୨୪-୨୫” ରେ ଯୋଗଦେଇ ଶ୍ରୀ ପ୍ରଧାନ ଚାଷୀମାନଙ୍କୁ ଆଧୁନିକ କୃଷି ଉପକରଣ ପ୍ରଦାନ କରିଛନ୍ତି। ବିଭିନ୍ନ ରକମର ଚାଷ କରୁଥିବା ଚାଷୀ, ଓ ସଂସ୍ଥାମାନଙ୍କୁ ପୁରସ୍କୃତ କରିବା ସହ ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ସମ୍ବଲପୁର ସମେତ ଓଡ଼ିଶାର ଚାଷ ଓ ଚାଷୀଙ୍କୁ ଅଧିକରୁ ଅଧିକ ସଶକ୍ତ କରିବା ପାଇଁ ଡବଲ ଇଞ୍ଜିନ ସରକାର ନିରନ୍ତର ପ୍ରୟାସ କରଛନ୍ତି। ରାଜ୍ୟରେ ବିଜେପି ସରକାର ହେବା ପରେ ଚାଷୀମାନଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ ହୋଇଛି। 

ଓଡ଼ିଶାର ଚାଷୀମାନଙ୍କର ହିତ ପାଇଁ କ୍ୱିଣ୍ଟାଲ ପିଛା କେନ୍ଦ୍ର ସରକାରଙ୍କ ଧାନର ଏମଏସପି ୨୩୦୦ ଟଙ୍କା ଉପରେ ଅଧିକ ୮୦୦ ଟଙ୍କାର ଇନ୍‌ପୁଟ୍‌ ସହାୟତା ରାଶି ତଥା ସମୁଦାୟ ୩୧୦୦ ଟଙ୍କା ପ୍ରଦାନର ଶୁଭାରମ୍ଭ ହୋଇଛି। ସମ୍ବଲପୁର ଜିଲ୍ଲାରେ ଅଧିକ ଧାନ କିଣାଯିବା ନେଇ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି।

ସୁଭଦ୍ରା ଯୋଜନାରେ ମାଆ ଭଉଣୀମାନଙ୍କୁ ସିଧାସଳଖ ଡିବିଟି ସାହାଯ୍ୟରେ ଆର୍ଥିକ ସହାୟତା ମିଳିବା ଦ୍ୱାରା ସେମାନେ ସଶକ୍ତ ହେଉଛନ୍ତି। ଏ ସବୁ ଦ୍ୱାରା ଆନୁମାନିକ ୫୫୦ କୋଟି ଟଙ୍କା ସମ୍ବଲପୁର ଜିଲ୍ଲାକୁ ପ୍ରଥମ ଥର ପାଇଁ ଡବଲ ଇଞ୍ଜିନ ସରକାର ଦେଉଛନ୍ତି।   

ଚାଷ ସମେତ ସମ୍ବଲପୁରରେ ବୁଣାକାର ଓ ଅନ୍ୟାନ୍ୟ ଶିଳ୍ପସମୂହ ଅଛି। ସମ୍ବଲପୁରକୁ ଆଧୁନିକ ଅର୍ଥନୀତି ଭାବେ ଗଢିତୋଳିବା ପାଇଁ ଆମର ଉଦ୍ୟମ ଜାରି ରହିଛି। ସୁନ୍ଦର, ସମୃଦ୍ଧ ଏବଂ ସମ୍ପନ୍ନ ସମ୍ବଲପୁର ତିଆରି କରିବା ଆମର ଲକ୍ଷ୍ୟ ରହିଥିବା ବେଳେ ଚାଷ ଏହାର ମୂଳଦୂଆ ଭାବେ କାମ କରିବ। ଚାଷୀ, ମହିଳା, ଯୁବ, ପଛୁଆ ବର୍ଗର ଲୋକମାନେ ଏ ସବୁ କ୍ଷେତ୍ରରେ ନେତୃତ୍ୱ ନେବେ ବୋଲି ସେ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ଗ୍ରାମୀଣ ବିକାଶ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ମନ୍ତ୍ରୀ ରବି ନାରାୟଣ ନାୟକ ଓ ବିଧାୟକ ଜୟ ନାରାୟଣ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe