ଅହମ୍ମଦାବାଦ: ଗୁଜୁରାଟର ଅହମ୍ମଦାବାଦରୁ ଲଣ୍ଡନ ଅଭିମୁଖେ ଯାତ୍ରା କରୁଥିବା ଏୟାର ଇଣ୍ଡିଆର ଏଆଇ-୧୭୧ ବିମାନ ଗୁରୁବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାଗ୍ରସ୍ତ ବିମାନରେ ୧୨ଜଣ କ୍ରୁ ସଦସ୍ୟଙ୍କ ସହିତ ୨୩୦ଜଣ ଯାତ୍ରୀ ବସି ଯାତ୍ରା କରୁଥିଲେ।
ସୂଚନାଯୋଗ୍ୟ, ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଉଡ଼ିବାର କିଛିସମୟ ପରେ ଅହମ୍ମଦାବାଦର ମେଘାନୀନଗର ଅଞ୍ଚଳରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇ ଆଖିପିଛୁଳାକେ ନିଆଁର ପିଣ୍ଡୁଳାରେ ପରିଣତ ହୋଇଯାଇଥିଲା।
ଏହି ଦୁଃଖଦ ଘଟଣାକୁ ନେଇ ପୂର୍ବତନ ଭାରତୀୟ କ୍ରିକେଟର ୟୁସୁଫ ପଠାନ ସୋସିଆଲ ମିଡିଆରେ ଦୁଃଖ ପ୍ରକାଶ କରିଛନ୍ତି ଏବଂ ସମସ୍ତଙ୍କ ସୁରକ୍ଷା ପାଇଁ ପ୍ରାର୍ଥନା କରିଛନ୍ତି।
Follow Us