ମେ ୧ରୁ ୧୮ ବର୍ଷରୁ ଊର୍ଦ୍ଧ୍ବ ସମସ୍ତେ କରୋନା ଟିକା ନେଇପାରିବେ

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଇଚାଲିଥିବା ଦୃଷ୍ଟିରୁ କେନ୍ଦ୍ର ସରକାର ୧୮ ବର୍ଷରୁ ଅଧିକ ବୟସର ସମସ୍ତଙ୍କୁ କରୋନା ଟିକା ଦିଆଯିବା ପାଇଁ ଅନୁମତି ପ୍ରଦାନ କରିଛନ୍ତି ।

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା ଏକ ଗୁରୁତ୍ବପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଏହି ବୈଠକରେ କୋଭିଡ-୧୯ ଟିକାକରଣର ୩ୟ ପର୍ଯ୍ୟାୟକୁ ମଂଜୁରୀ ଦିଆଯାଇଛି । ଏହି ପର୍ଯ୍ୟାୟରେ କରୋନା ଟିକାର ମୂଲ୍ୟ ନିର୍ଦ୍ଧାରଣ, କ୍ରୟ, ବୟସସୀମା ଆଦିକୁ କୋହଳ କରାଯାଇଛି ।

ଅନ୍ୟପକ୍ଷରେ ଟିକା କମ୍ପାନିମାନେ ଯେପରି ଟିକା ଉତ୍ପାଦନ ବଢାଇପାରିବେ ସେଥିପାଇଁ ସରକାର ସେମାନଙ୍କୁ ପ୍ରେତ୍ସାହନ ଦେବେ । ସେହିପରି କମ୍ପାନିମାନେ ନିଜର ଉତ୍ପାଦନର ୫୦ ପ୍ରତିଶତ ସିଧାସଳଖ ରାଜ୍ୟମାନଙ୍କୁ ଓ ଖୋଲାବଜାରରେ ବିକ୍ରି କରିପାରିବେ । ସେହିପରି ରାଜ୍ୟ ସରକାରମାନେ ସିଧାସଳଖ କମ୍ପାନିମାନଙ୍କଠାରୁ ଟିକା କିଣିପାରିବେ ଓ ୧୮ ବର୍ଷରୁ ଅଧିକ ବୟସର ସମସ୍ତଙ୍କୁ ଟିକା ଦେବାପାଇଁ ନିଷ୍ପତ୍ତି ନେଇପାରିବେ ।  ଅନ୍ୟପକ୍ଷରେ ଅଗ୍ରାଧିକାର ବର୍ଗର ଲୋକମାନଙ୍କୁ ପୂର୍ବପରି ମାଗଣାରେ ଟିକା ଦିଆଯିବ ।

ସମ୍ବନ୍ଧିତ ଖବର