ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ବାତିଲ ହେଲା ସମସ୍ତ ନିୟମିତ ଟ୍ରେନ୍‌

Advertisment
ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ବାତିଲ ହେଲା ସମସ୍ତ ନିୟମିତ ଟ୍ରେନ୍‌

New Indian Express

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନାହିଁ। ପ୍ରତ୍ୟେକ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ କ୍ରମାଗତ ଭାବେ ବୃଦ୍ଧି ଘଟିବାରେ ଲାଗିଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ସମଗ୍ର ଦେଶରେ ନିୟମିତ ଟ୍ରେନ୍‌ ସେବାକୁ ଆଜି ବାତିଲ କରି ଦେଇଛନ୍ତି ରେଳ ମନ୍ତ୍ରାଳୟ। ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ସମସ୍ତ ନିୟମିତ ଟ୍ରେନ୍‌ ସେବାକୁ ବାତିଲ କରି ଦିଆଯାଇଥିବା ବେଳେ ଏହି ସମୟ ମଧ୍ୟରେ କେବଳ ମାତ୍ର ସ୍ୱତନ୍ତ୍ର ଟ୍ରେନ୍‌ ଯାତାୟାତ କରିବ ବୋଲି ଆଜି ଅପରାହ୍ନରେ ରେଳ ମନ୍ତ୍ରାଳୟ ପକ୍ଷରୁ ଘୋଷଣା କରାଯାଇଛି।
ଉଲ୍ଲେଖଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଦେଶରେ ୨୨,୧୫,୦୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬,୩୪,୯୪୫ଟି କରୋନା ସକ୍ରିୟ ମାମଲା ରହିଛି। ଅନ୍ୟପକ୍ଷରେ ୧୫,୩୫,୭୪୪ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଥିବା ବେଳେ ୪୪,୩୮୬ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ଆଜି
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୨,୦୬୪ ଜଣ ନୂତନ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ୧,୦୦୭ ଜଣ କରୋନାରେ ପ୍ରାଣ ହରାଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe