ଭୁବନେଶ୍ବରରେ ପହଞ୍ଚିଲେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ

Advertisment

ପୂର୍ବାଞ୍ଚଳ ପରିଷଦର ୨୪ତମ ବୈଠକରେ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀଙ୍କ ବଦଳରେ ରାଜ୍ୟର ଅର୍ଥମନ୍ତ୍ରୀ ଯୋଗ ଦେଇଛନ୍ତି

ପୂର୍ବାଞ୍ଚଳ ପରିଷଦର ୨୪ତମ ବୈଠକରେ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀଙ୍କ ବଦଳରେ ରାଜ୍ୟର ଅର୍ଥମନ୍ତ୍ରୀ ଯୋଗ ଦେଇଛନ୍ତି

କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ପୂର୍ବାଞ୍ଚଳ ପରିଷଦର ୨୪ତମ ବୈଠକ ଜାରି

ଭୁବନେଶ୍ବର : ଭାରତର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଛନ୍ତି। ସେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ଆଉ କିଛି ସମୟ ପରେ ପୂର୍ବାଞ୍ଚଳ ଆଞ୍ଚଳିକ ପରିଷଦ ବୈଠକରେ ଯୋଗ ଦେବେ ଅମିତ ଶାହ। ତାଙ୍କୁ ବିମାନବନ୍ଦରରେ ଭବ୍ୟ ସ୍ବାଗତ କରାଯାଇଛି। ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ସ୍ବାଗତ କରିବାକୁ ବିମାନବନ୍ଦରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ,  ବିଜେପିର ରାଜ୍ୟ ସଭାପତି ସମୀର ମହାନ୍ତି, ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡାଙ୍କ ବ୍ୟତୀତ ବିଧାୟକ, ସାଂସଦ, ପଦାଧିକାରୀମାନେ ଉପସ୍ଥିତ ଥିବାର ଦେଖିବାକୁ ମିଳିଛି।

publive-image
ଇତିମଧ୍ୟରେ ଲୋକସେବା ଭବନର ସମ୍ମେଳନ କକ୍ଷରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିହାରର ମୁଖ୍ୟମନ୍ତ୍ରୀ ନିତିଶ କୁମାର, ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପହଞ୍ଚି ସାରିଛନ୍ତି। ତେବେ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀଙ୍କ ବଦଳରେ ରାଜ୍ୟର ଅର୍ଥମନ୍ତ୍ରୀ ରାମେଶ୍ବର ଓରାଁ ପହଞ୍ଚିଛନ୍ତି । ବିହାର, ଝାଡ଼ଖଣ୍ଡ, ଓଡ଼ିଶା ଏବଂ ପଶ୍ଚିମବଙ୍ଗକୁ ନେଇ ଗଠିତ ପୂର୍ବାଞ୍ଚଳ ପରିଷଦର ୨୪ତମ ବୈଠକ ଆଜି ଭୁବନେଶ୍ୱରରେ ଅନୁଷ୍ଠିତ ହେଉଛି। ଲୋକସେବା ଭବନର ସମ୍ମେଳନ କକ୍ଷରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ୪ଟି ରାଜ୍ୟର ମୁଖ୍ୟମନ୍ତ୍ରୀ ଏକାଠି ବସି ଆଲୋଚନା କରିବେ। ଏହି ପରିଷଦରେ ନବୀନ ଉପାଧ୍ୟକ୍ଷ ଅଛନ୍ତି। ମମତା ୨୫ ତାରିଖରୁ ଓଡ଼ିଶା ଗସ୍ତରେ ଅଛନ୍ତି।
ପରିଷଦରେ ଏସବୁ ରାଜ୍ୟର ବରିଷ୍ଠ କ୍ୟାବିନେଟ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ଯୋଗ ଦେଉଛନ୍ତି। ସେହିଭଳି କେନ୍ଦ୍ର ସରକାରଙ୍କ ସଚିବ, ଅତିରିକ୍ତ ସଚିବ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀଗଣ ମଧ୍ୟ ଏହି ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ ଆରୁଖ ଓ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଓଡ଼ିଶା ପକ୍ଷରୁ ପ୍ରତିନିଧିତ୍ୱ କରିବେ। ସେହିପରି ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ କ୍ରୀଡ଼ାମନ୍ତ୍ରୀ ଅରୁପ ବିଶ୍ୱାସ ମଧ୍ୟ ଓଡ଼ିଶା ଆସିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe