ପାରଳାଖେମୁଣ୍ଡି : ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସି ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି କାଶୀନଗର ବ୍ଲକର ସିଦ୍ଧାବଡ଼ଙ୍ଗା ପଡ଼ିଆରେ ପହଞ୍ଚିଛନ୍ତି। ସେ ସିଦ୍ଧାବଡ଼ଙ୍ଗା ପଡ଼ିଆରେ ବିଜୟ ସଂକଳ୍ପ ସମାବେଶରେ ଯୋଗଦେଇଛନ୍ତି। ତାଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ପ୍ରମୁଖ ସ୍ୱାଗତ କରିଛନ୍ତି।
ଏହାପରେ ନବରଙ୍ଗପୁର ଜିଲ୍ଲା ଉମରକୋଟରେ ଥିବା ବିଜୁ ପଟ୍ଟନାୟକ ଷ୍ଟାଡିୟମରେ ଅନ୍ୟ ଏକ ସମାବେଶରେ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି।
Follow Us