ମହିଳା ମୋର୍ଚ୍ଚାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀରେ ଯୋଗଦେବା ପାଇଁ ଓଡ଼ିଶାରେ ପହଞ୍ଚିଲେ ଅମିତ ଶାହ

Advertisment
ମହିଳା ମୋର୍ଚ୍ଚାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀରେ ଯୋଗଦେବା ପାଇଁ ଓଡ଼ିଶାରେ ପହଞ୍ଚିଲେ ଅମିତ ଶାହ

file photo

ଭୁବନେଶ୍ୱର: ପୁରୀ ଠାରେ ଆରମ୍ଭ ହେଉଥିବା ଭାରତୀୟ ଜନତା ପାର୍ଟି(ବିଜେପି)ର ମହିଳା ମୋର୍ଚ୍ଚାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକରେ ଯୋଗ ଦେବା ପାଇଁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଆଜି ସକାଳେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଶ୍ରୀ ଶାହ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିିବା ପରେ ତାଙ୍କୁ ବିଜେପିର ବରିଷ୍ଠ ନେତାମାନେ ସ୍ୱାଗତ କରିଛନ୍ତି।

ଶ୍ରୀ ଶାହ ଏକ ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିଜୁପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଜ୍ୟ ସଭାପତି ବସନ୍ତ ପଣ୍ଡା ଓ ଅନ୍ୟ ନେତୃବୃନ୍ଦ ସ୍ୱାଗତ କରିଥିଲେ। ପରେ ଶ୍ରୀ ଶାହ ପୁରୀ ଠାରେ ଆୟୋଜିତ ହେଉଥିବା ଦୁଇ ଦିନିଆ ମହିଳା ମୋର୍ଚ୍ଚା ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକରେ ଯୋଗ ଦେବା ପାଇଁ ପୁରୀ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି।

ସୂଚନାଯୋଗ୍ୟ ଯେ, ଭାରତୀୟ ଜନତା ପାର୍ଟି ଫୋକସ୍‌ରେ ଓଡ଼ିଶାକୁ ରଖିଛି। ଗତ ବର୍ଷ ଓଡ଼ିିଶାରେ ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ଅନୁଷ୍ଠିତ ହୋଇଥିଲା। ଏଥର ବିଜେପି ମହିଳାମୋର୍ଚ୍ଚା ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେଉଛି। ଏଥିପାଇଁ ପୁରୀରେ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ମହିଳାମୋର୍ଚ୍ଚାର କର୍ମକର୍ତ୍ତାମାନେ ଯୋଗ ଦେଇଥିବା ବେଳେ ରାଷ୍ଟ୍ରୀୟ ମହିଳାମୋର୍ଚ୍ଚାର ବିଭିନ୍ନ ରାଜ୍ୟର ନେତ୍ରୀମାନେ ମଧ୍ୟ ଆସି ପୁରୀ ଠାରେ ପହଞ୍ଚିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe