ମୁମ୍ବାଇ: ଯୌନ ନିର୍ଯାତନା ମାମଲାରେ ବଲିଉଡର ପ୍ରସିଦ୍ଧ ନିର୍ଦ୍ଦେଶକ ଅନୁରାଗ କଶ୍ୟପଙ୍କ ପାଇଁ ଅଡୁଆ ବଢିବାରେ ଲାଗିଛି । ଅଭିନେତ୍ରୀ ପାୟଲ ଘୋଷ ଯୌନ ନିର୍ଯାତନା ନେଇ ଅଭିଯୋଗ କରିବା ପରେ ମୁମ୍ବାଇ ପୁଲିସ ଗତକାଲି ଜେରା ପାଇଁ ଅନୁରାଗଙ୍କୁ ସମନ ପଠାଇଥିଲା | ସମନ ପାଇ ଏବେ ଜେରା ପାଇଁ ମୁମ୍ବାଇର ବର୍ସୋବା ଥାନାରେ ପହଞ୍ଚିଛନ୍ତି ଅନୁରାଗ କଶ୍ୟପ ।
ସୂଚନା ମୁତାବକ, କିଛି ଦିନ ତଳେ ଅସଦାଚରଣ ଅଭିଯୋଗ ଆଣି ଅନୁରାଗଙ୍କ ନାମରେ ଦୁଷ୍କର୍ମ ମାମଲା ରୁଜୁ କରିଥିଲେ ଅଭିନେତ୍ରୀ। ଏହାବ୍ୟତୀତ ଅଭିନେତ୍ରୀ ତାଙ୍କୁ ଭୁଲ୍ ଭାବେ ଅଟକ ରଖିବା, ଷଡ଼ଯନ୍ତ୍ର କରିବା ଏବଂ ଉଦ୍ଦେଶ୍ୟମୂଳକ ଭାବେ ଅପମାନିତ କରିବା ଅଭିଯୋଗରେ ମଧ୍ୟ ଏତଲା ରୁଜୁ କରିଥିଲେ। ଅଭିନେତ୍ରୀଙ୍କ ଓକିଲ ଗଣମାଧ୍ୟମକୁ ସୂଚନା ଦେଇ କହିଥିଲେ ଯେ, ଆଇପିସିର ଧାରା ୩୭୬, ୩୫୪, ୩୪୧,୩୪୨ ଅଧୀନରେ ନିର୍ମାତାଙ୍କ ନାମରେ ଅଭିଯୋଗ ହୋଇଛି। ଆଇପିସିର ଧାରା ଅନୁଯାୟୀ ଏତଲା ରୁଜୁ ହେବା ସହ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଉଛି।
ଲିଖିତ ଅଭିଯୋଗ ପୂର୍ବରୁ ପାୟଲ ସୋସିଆଲ ମିଡିଆରେ ନିଜ ସହ ଘଟିଥିବା ଘଟଣା ବିଷୟରେ ଜଣାଇଥିଲେ। ଟୁଇଟରେ, ଅନୁରାଗ କଶ୍ୟପ ମୋତେ ଯୌନ ନିର୍ଯାତନା ଦେଇଥିଲେ। ନରେନ୍ଦ୍ର ମୋଦୀଜୀ ଦୟାକରି ପଦକ୍ଷେପ ନିଅନ୍ତୁ ଏବଂ ଦେଶକୁ ଏହି ସୃଜନଶୀଳ ବ୍ୟକ୍ତିଙ୍କ ପଛରେ ଥିବା ରାକ୍ଷସ ଦେଖାନ୍ତୁ। ମୁଁ ଜାଣେ ଏହା ମୋର କ୍ଷତି କରିପାରେ। ମୋର ସୁରକ୍ଷା ପ୍ରତି ବିପଦ ଅଛି। ଦୟାକରି ସାହାଯ୍ୟ କରନ୍ତୁ ବୋଲି ଲେଖିଥିଲେ ପାୟଲ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/10/t-3.jpg)