ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ନିମନ୍ତ୍ରଣ କଲେ କେଜ୍ରିଓ୍ଵାଲ

Advertisment
ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ନିମନ୍ତ୍ରଣ କଲେ କେଜ୍ରିଓ୍ଵାଲ

News Nation

ନୂଆଦିଲ୍ଲୀ: କ୍ରମାଗତ ଭାବେ ତୃତୀୟ ଥର ପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଅରବିନ୍ଦ କେଜ୍ରିଓ୍ଵାଲ ଆସନ୍ତା ୧୬ ତାରିଖ, ରବିବାର ଦିନ ୧୦ଟାରେ ଶପଥ ଗ୍ରହଣ କରିବେ। କେଜ୍ରିଓ୍ଵାଲଙ୍କ ଶପଥ ଗ୍ରହଣ ସମାରୋହ ନୂଆଦିଲ୍ଲୀର ଐତିହାସିକ ରାମଲୀଲା ମୈଦାନ ଠାରେ ଆୟୋଜିତ ହେବ। ପୂର୍ବରୁ କେଜ୍ରିଓ୍ଵାଲଙ୍କ ଶପଥ ଗ୍ରହଣ ଉତ୍ସବକୁ ଅନ୍ୟ ରାଜନୈତିକ ଦଳର ନେତାଙ୍କୁ ଆମନ୍ତ୍ରଣ କରାଯିବ ନାହିଁ ବୋଲି ଆପ୍‌ ପକ୍ଷରୁ ଘୋଷଣା କରାଯାଇଥିଲା।

କିନ୍ତୁ, ଦଳ ଆଜି ତା’ ପୂର୍ବ ନିଷ୍ପତ୍ତିରେ ପରିବର୍ତ୍ତନ ଆଣିଛି। ଏବଂ କେଜ୍ରିଓ୍ଵାଲଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିକଟକୁ ଆପ୍‌ ପକ୍ଷରୁ ଆନୁଷ୍ଠାନିକ ଭାବେ ନିମନ୍ତ୍ରଣ ପତ୍ର ପଠାଯାଇଛି ବୋଲି ଦଳର ବରିଷ୍ଠ ନେତା ଗୋପାଲ ରାଏ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଉଲ୍ଲେଖଯୋଗ୍ୟ, ଦିଲ୍ଲୀ ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ହାସଲ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ଟୁଇଟ କରି ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଥିଲେ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବ୍ୟତୀତ ଦିଲ୍ଲୀରୁ ଲୋକସଭାରେ ପ୍ରତିନିଧିତ୍ୱ କରୁଥିବା ୭ ଜଣ ସାଂସଦ ଓ ଦିଲ୍ଲୀ ବିଧାନସଭା ସଭା ନିର୍ବାଚନରେ ବିଜୟଲାଭ କରିଥିବା ୮ ଜଣ ବିଧାୟକଙ୍କୁ ମଧ୍ୟ କେଜ୍ରିଓ୍ଵାଲଙ୍କ ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବା ପାଇଁ ନିମନ୍ତ୍ରଣ ପତ୍ର ପଠାଯାଇଛି। ତେବେ, କେଜ୍ରିଓ୍ଵାଲଙ୍କ ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବା ପାଇଁ ଅନ୍ୟ କୌଣସି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇ ନଥିବା କହିଛନ୍ତି ଆପ୍‌ର ବରିଷ୍ଠ ନେତା ଗୋପାଲ ରାଏ।

ତେବେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କେଜ୍ରିଓ୍ଵାଲଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ନା ନାହିଁ, ସେ ସଂପର୍କରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବର୍ତ୍ତମାନ ସୁଦ୍ଧା କୌଣସି ପ୍ରକାର ସୂଚନା ଦିଆଯାଇ ନାହିଁ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe