ଆରୟନ ଖାଁଙ୍କ ଜାମିନ ଆବେଦନ ପୁଣି ଖାରଜ

ମୁମ୍ବାଇ : ବଲିଉଡ ସୁପରଷ୍ଟାର ଶାହରୁଖ ଖାଁଙ୍କ ପୁଅ ଆରୟନ ଖାଁଙ୍କ ଜାମିନ ଆବେଦନ ପୁଣି ଥରେ ଖାରଜ ହୋଇଯାଇଛି । ଏହା ଫଳରେ ଆରୟନ ଆଉ କିଛି ଦିନ ଜେଲରେ ରହିବା ନିଶ୍ଚିତ ହୋଇଯାଇଛି ।

ଆଜି ମୁମ୍ବଇର ସ୍ବତନ୍ତ୍ର ଏନଡିପିଏସ କୋର୍ଟ ଆରୟନଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି । ଆରୟନଙ୍କ ସମେତ ଆଉ ଦୁଇଜଣଙ୍କ ଜାମିନ ଆବେଦନକୁ ଖାରଜ କରାଯାଇଛି । ସେମାନେ ହେଲେ ସହ ଅଭିଯୁକ୍ତ ଅରବାଜ ମର୍ଚ୍ଚାଣ୍ଟ ଓ ମୁନମୁନ ଧମେଚା ।

ଆରୟନଙ୍କୁ ଜାମିନ ଦେବାକୁ ଓକିଲ ସତୀଶ ମନସିନ୍ଧେ ଓ ଅମିତ ଦେଶାଇ କୋର୍ଟଙ୍କ ନିକଟରେ ଯୁକ୍ତି ରଖିଥିଲେ ବି କୋର୍ଟ ତାଙ୍କ ଯୁକ୍ତିକୁ ଗ୍ରହଣ କରିନଥିଲେ । ଏନସିବି ପକ୍ଷରୁ ସ୍ବତନ୍ତ୍ର ସରକାର ଓକିଲ ଅଦ୍ବୈତ ସେଥାନା ଆରୟନ ଓ ଅନ୍ୟମାନଙ୍କ ଜାମିନକୁ ବିରୋଧ କରିଥିଲେ ।

ଗତ ଅକ୍ଟୋବର ୩ରେ ଆରୟନ ଖାଁ, ଅରବାଜ ମର୍ଚ୍ଚାଣ୍ଟ ଓ ମୁନମୁନ ଧମେଚା ଗିରଫ ହୋଇଥିଲେ । ମୁମ୍ବାଇରୁ ଗୋଆ ଯାଉଥିବା କ୍ରୁଜ ଜାହାଜ କୋର୍ଡେଲିଆରେ ଡ୍ରଗ୍ସ କାରବାର ଓ ସେବନ ଅଭିଯୋଗରେ ସେମାନଙ୍କୁ ଗିରଫ କରାଯାଇଥିଲା ।

ସମ୍ବନ୍ଧିତ ଖବର