ନୂଆଦିଲ୍ଲୀ: ଦୀର୍ଘ ୬ ମାସରୁ ଅଧିକ କାଳ ପରେ ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ଆଜି ସର୍ବନିମ୍ନ ହୋଇଥିବା ରେକର୍ଡ କରାଯାଇଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୩୩୪ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୬ ମୃତ୍ୟୁ ରେକର୍ଡ କରାଯାଇଛି। ଏଥିରେ କେରଳ ପିଛିଲା ଭାବେ ୧୨ଜଣଙ୍କ ମୃତ୍ୟୁ ସାମିଲ କରିଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୩୩୪ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୪୪,୦୭୬ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୧୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୯୭୭ରେ ପହଞ୍ଚିଛି।
Image Courtesy of UPIଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୦,୯୧,୯୦୬। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୬% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୩,୧୯୩ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୫%।
Image Courtesy of The Economic Timesସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୫୬,୪୧,୮୦୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୮୭,୯୦୫ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/10/Corona-in-India-on-24th-October_Thumbnail.jpg)