ଆତିଶୀ ମାର୍ଲେନା ଜିତିଲେ

ଦିଲ୍ଲୀର କାଲକାଜୀ ଆସନରୁ ଆତିଶୀ ମାର୍ଲେନା ଜିତିଛନ୍ତି। ବିଜେପିର ରମେଶ ବିଧୁରୀଙ୍କୁ ଏହି ଆସନରୁ ପରାଜିତ ହୋଇଛନ୍ତି। ନୂଆଦିଲ୍ଲୀ ଆସନରେ ବିଜେପି ପ୍ରାର୍ଥୀ ପ୍ରବେଶ ବର୍ମାଙ୍କଠାରୁ ଅରବିନ୍ଦ କେଜରିୱାଲ ପରାଜିତ ହୋଇଛନ୍ତି। ଜଙ୍ଗପୁରା ଆସନରୁ ମନୀଷ ସିସୋଦିଆ ୬୭୫ ଭୋଟରେ ପରାସ୍ତ ହୋଇଛନ୍ତି...

Atishi Marlena won

Atishi Marlena won Photograph: (sambad.in)

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ପାଇଁ ଶନିବାର ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଛି।   
ପ୍ରାରମ୍ଭିକ ଟ୍ରେଣ୍ଡରେ ବହୁମତଠାରୁ ବିଜେପି ବହୁ ଆଗରେ ରହିଛି।ବିଜେପି ଏକତରଫା ବିଜୟ ମୁହାଁ ହୋଇଛି। ବିଜେପିର ଯାଦୁ କାମ କରିଛି।ହଟ୍ ସିଟ୍‌ରେ ଆପ୍‌ର ସ୍ଥିତି ଖରାପ ରହିଛି।

ନୂଆଦିଲ୍ଲୀ ଆସନରେ ବିଜେପି ପ୍ରାର୍ଥୀ ପ୍ରବେଶ ବର୍ମାଙ୍କଠାରୁ ଅରବିନ୍ଦ କେଜରିୱାଲ ପରାଜିତ ହୋଇଛନ୍ତି। ଜଙ୍ଗପୁରା ଆସନରୁ ମନୀଷ ସିସୋଦିଆ ୬୭୫ ଭୋଟରେ ପରାସ୍ତ ହୋଇଛନ୍ତି। ବିଜେପିର ତରବିନ୍ଦର ସିଂହ ଏଠାରୁ ବିଜୟ ହାସଲ କରିଛନ୍ତି। 

ଅଧିକ ପଢ଼ନ୍ତୁ: କେକ୍ରିୱାଲ-ସିସୋଦିଆ ହାରିଲେ

ତେବେ ଦିଲ୍ଲୀର କାଲକାଜୀ ଆସନରୁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଆତିଶୀ ମାର୍ଲେନା ଜିତିଛନ୍ତି। ବିଜେପିର ରମେଶ ବିଧୁରୀଙ୍କୁ ଏହି ଆସନରୁ ପରାଜିତ ହୋଇଛନ୍ତି। ଅନ୍ୟପକ୍ଷରେ, କସ୍ତୁରବା ନଗରରୁ ବିଜେପିର ନୀରଜ ବାସୋୟା ବିଜୟୀ ହୋଇଛନ୍ତି।

ଅଧିକ ପଢ଼ନ୍ତୁ: ଦିଲ୍ଲୀ ବିଧାନସଭା ନିର୍ବାଚନ: ​​ବିଜେପି ଏକତରଫା ବିଜୟ ମୁହାଁ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe