ୟୁପି ବିଧାନସଭା ପରିସରରେ ପାନଛେପ ପକାଇବା ସମୟରେ ଧରାପଡ଼ିଲେ ହେବ ଜରିମାନା

Advertisment

ଉତ୍ତରପ୍ରଦେଶ ବିଧାନସଭାର ଅଧିବେଶନ ଚାଲିଛି। ଏଭଳି ସମୟରେ ଗତ ମଙ୍ଗଳବାର ଦିନ ଉତ୍ତରପ୍ରଦେଶ ବିଧାନସଭାରେ ଜଣେ ବିଧାୟକ ପାନ ଖାଇ ବିଧାନସଭାର ମୁଖ୍ୟ ଦ୍ୱାରରେ ଛେପ ପକାଇଥିଲେ। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଘୁରି ବୁଲିଥିଲା।

Updated On

ଉତ୍ତରପ୍ରଦେଶ ବିଧାନସଭାର ଅଧିବେଶନ ଚାଲିଛି। ଏଭଳି ସମୟରେ ଗତ ମଙ୍ଗଳବାର ଦିନ ଉତ୍ତରପ୍ରଦେଶ ବିଧାନସଭାରେ ଜଣେ ବିଧାୟକ ପାନ ଖାଇ ବିଧାନସଭାର ମୁଖ୍ୟ ଦ୍ୱାରରେ ଛେପ ପକାଇଥିଲେ। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଘୁରି ବୁଲିଥିଲା।

ଅଦ୍ୟତନ ହୋଇଛି
rdgt

ଲକ୍ଷ୍ମୌ: ଉତ୍ତରପ୍ରଦେଶ ବିଧାନସଭାର ଅଧିବେଶନ ଚାଲିଛି। ଏଭଳି ସମୟରେ ଗତ ମଙ୍ଗଳବାର ଦିନ ଉତ୍ତରପ୍ରଦେଶ ବିଧାନସଭାରେ ଜଣେ ବିଧାୟକ ପାନ ଖାଇ ବିଧାନସଭାର ମୁଖ୍ୟ ଦ୍ୱାରରେ ଛେପ ପକାଇଥିଲେ। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଘୁରି ବୁଲିଥିଲା।

ଭିଡିଓ ସାମ୍ନାକୁ ଆସିବା ପରେ  ୟୁପି ବିଧାନସଭାର ବାଚସ୍ପତି କହିଥିଲେ,‘ ମୁଁ ସକାଳେ ଏଠାକୁ ଆସିବା ପରେ ଜାଣିବାକୁ ପାଇଲି କିଛି ସଦସ୍ୟ ବିଧାନସଭା ଭିତରେ ପାନ ମସଲା ଖାଇ ମଇଳା ପ୍ରସାର କରିଛନ୍ତି। ମୁଁ ବ୍ୟକ୍ତିଗତ ଭାବରେ କୌଣସି ସଦସ୍ୟଙ୍କ ନାମ ନେବି ନାହିଁ କି ଅପମାନିତ କରିବି ନାହିଁ କିନ୍ତୁ ମୁଁ ସେମାନଙ୍କୁ ସିସିଟିଭିରେ ଦେଖିଛି। ଯିଏ ଏହା କରିଛନ୍ତି ସେ ନିଶ୍ଚିତ ଭାବେ ଭୁଲ କରିଛନ୍ତି।’ 

ଏହି ଘଟଣାକୁ ନେଇ ବାଚସ୍ପତି ବିଧାନସଭାରେ ଆଲୋଚନା ମଧ୍ୟ କରିଥିଲେ। ଏହି ଘଟଣାପରେ ବିଧାନସଭା ପରିସରରେ ପାନ ମସଲା ଏବଂ ଗୁଟକାକୁ ନିଷିଦ୍ଧ କରାଯାଇଛି। ଏଥିସହିତ ବିଧାନସଭା ପରିସରରେ ଗୁଟଖା ଖାଉଥିବା ସମୟରେ ଯଦି କେହି ଧରାପଡ଼ନ୍ତି ତେବେ ଉକ୍ତ ବ୍ୟକ୍ତିଙ୍କ ବିରୋଧରେ ୧୦୦୦ ଟଙ୍କା ପର୍ଯ୍ୟନ୍ତ ଜରିମାନା ଲାଗୁ କରାଯାଇପାରେ ବୋଲି କଡ଼ା ସୂଚନା ଜାରି କରାଯାଇଛି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe