କୋଲକାତା: ଘାରିଲା ଓମିକ୍ରନ ଭୟ। ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ବ୍ରିଟେନରୁ କୋଲକାତା ଆସୁଥିବା ବିମାନ ଉପରେ ରୋକ ଲଗାଇଲା ପଶ୍ଚିମବଙ୍ଗ। ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ଦେଖି ପଶ୍ଚିମବଙ୍ଗ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ଜାନୁଆରି ୩ରୁ ବ୍ରିଟେନ ଓ କୋଲକାତା ମଧ୍ୟରେ ବିମାନ ଚଳାଚଳ ବନ୍ଦ ରହିବ।

Advertisment

ଏହା ସହ ଆଟ୍-ରିସ୍କରେ ଥିବା ଦେଶରୁ ମଧ୍ୟ କୋଲକାତାକୁ ବିମାନ ଆସିବ ନାହିଁ ବୋଲି ପଶ୍ଚିମବଙ୍ଗ ସରକାର କହିଛନ୍ତି। ଏହା ସହ ଆଟ୍-ରିସ୍କକୁ ଛାଡ଼ି ଅନ୍ୟ ଦେଶରୁ ଆସୁଥିବା ଯାତ୍ରୀଙ୍କର ବିମାନବନ୍ଦର‌େରେ କରୋନା ପରୀକ୍ଷା କରାଯିବ।

ତେବେ ଦେଖିବାକୁ ଗଲେ ଆଜି ଅନେକ ଦିନର ବ୍ୟବଧାନ ପରେ ଦେଶରେ ୧୦,୦୦୦ ଉପରକୁ ରହିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଏହା ସହ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧ହଜାର ନିକଟବର୍ତ୍ତୀ ହୋଇଛି। ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୩,୧୫୪ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୬୮ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୮,୨୨,୦୪୦ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୨୬୮ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୮୦,୮୬୦ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୭,୪୮୬ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୪୨,୫୮,୭୭୮। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୮୨,୪୦୨।