ନୂଆଦିଲ୍ଲୀ: ବିବାଦ ଘେରରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ନିର୍ବାଚନୀ ବଣ୍ଡ ଜରିଆରେ ଜୋରଜବରଦସ୍ତି ଚାନ୍ଦା ଆଦାୟ ଅଭିଯୋଗରେ ସୀତାରମଣଙ୍କ ନାମରେ ମାମଲା ରୁଜୁ କରିବାକୁ ଆଦେଶ ଦେଇଛନ୍ତି ବେଙ୍ଗାଲୁରୁର ସ୍ବତନ୍ତ୍ର କୋର୍ଟ।
ଏହିଭଳି ଏକ ମାମଲାକୁ ନେଇ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ କିଛି ବ୍ୟକ୍ତିଙ୍କ ନାମରେ ଜନାଧିକାର ସଂଘର୍ଷ ସଙ୍ଗଠନ ପକ୍ଷରୁ ଅଭିଯୋଗ ହୋଇଥିଲା। ଏହାପରେ ବେଙ୍ଗାଲୁରୁ ସ୍ଥିତ ଜନପ୍ରତିନିଧିର ବିଶେଷ ଅଦାଲତ ସୀତାରମଣଙ୍କ ବିରୋଧରେ ମାମଲା ରୁଜୁ ପାଇଁ ଆଦେଶ ଦେଇଛନ୍ତି। ଏହି କାରଣରୁ ସେ ଏବେ ଅଡୁଆରେ ଫସିଯାଇଥିବା କୁହାଯାଉଛି।
କୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ତିଳକ ନଗର ପୁଲିସ୍ ଏବେ ସୀତାରମଣ ଓ ତାଙ୍କ ସହ ଥିବା ଅନ୍ୟମାନଙ୍କ ନାଁରେ ମାମଲା ରୁଜୁ କରିବ। ରାଜନୈତକ ଦଳମାନଙ୍କୁ ଅର୍ଥ ଦାନ କରିବାର ଏକ ମାଧ୍ୟମ ହେଉଛି ନିର୍ବାଚନୀ ବଣ୍ଡ। ଏହାକୁ ନେଇ ସରକାର ଓ ବିରୋଧୀଙ୍କ ମଧ୍ୟରେ ବିବାଦ ଜାରି ରହିଛି। ଏନେଇ ଏକ ମାମଲା ସୁପ୍ରିମକୋର୍ଟରେ ମଧ୍ୟ ଚାଲିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/07/14/2025-07-14t130310706z-502487809_3832857453524870_6306522069312104664_n-2025-07-14-18-33-09.jpg)
/sambad/media/media_files/DwleqRXcZzSlOXcrLORS.jpg)