ନୂଆଦିଲ୍ଲୀ: ହାଇଦ୍ରାବାଦସ୍ଥିତ ଭାରତ ବାୟୋଟେକ୍ ଏହାର ସ୍ବଦେଶୀ ନିର୍ମିତ କୋଭିଡ୍ ଟିକା କୋଭାକ୍ସିନ ପାଇଁ ଡ୍ରଗ୍ କଣ୍ଟ୍ରୋଲର୍ ଜେନେରାଲ୍ ଅଫ୍ ଇଣ୍ଡିଆ (ଡିସିଜିଆଇ) ନିକଟରୁ ଜରୁରୀକାଳୀନ ବ୍ୟବହାର ଲାଗି ଅନୁମତି ମାଗିଛି।
ଫାଇଜର ଏବଂ ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ ପରେ ଭାରତ ବାୟୋଟେକ୍ ହେଉଛି ତୃତୀୟ ଫାର୍ମାସ୍ୟୁଟିକାଲ୍ କମ୍ପାନି ଯାହା ଭାରତରେ ଏହାର କୋଭିଡ୍ ଟିକା ପାଇଁ ଜରୁରୀକାଳୀନ ବ୍ୟବହାର ଅନୁମତି ମାଗିଛି।
ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡିକାଲ୍ ରିସର୍ଚ୍ଚ (ଆଇସିଏମ୍ଆର୍) ସହଯୋଗରେ ଭାରତ ବାୟୋଟେକ୍ ଦ୍ୱାରା କୋଭାକ୍ସିନ୍ ଟିକା ସ୍ୱଦେଶୀ ଜ୍ଞାନକୌଶଳରେ ବିକଶିତ ହେଉଛି |
ଉଭୟ ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ ଏବଂ ଭରତ ବାୟୋଟେକ୍ ବର୍ତ୍ତମାନ ଭାରତରେ ନିଜ ନିଜ ଟିକା ତୃତୀୟ ପର୍ଯ୍ୟାୟ ପରୀକ୍ଷଣ କରୁଛନ୍ତି।
କୋଭାକ୍ସିନର ତୃତୀୟ ପର୍ଯ୍ୟାୟ ପରୀକ୍ଷଣରେ ୧୮ ବର୍ଷରୁ ଅଧିକ ବୟସର ପ୍ରାୟ ୨୮,୫୦୦ ବ୍ୟକ୍ତି ଅନ୍ତର୍ଭୁକ୍ତ ହେଉଛନ୍ତି ଏବଂ ୧୦ଟି ରାଜ୍ୟର ପ୍ରାୟ ୨୫ଟି ସ୍ଥାନରେ ଏହା ଚାଲିଛି |
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/10/Covaxin-1.jpg)