ବିଭୁ ପ୍ରସାଦ ରାଉତରାୟ ହେଲେ ଓଡ଼ିଶା ହାଇକୋର୍ଟର ନୂତନ ବିଚାରପତି

ସ୍କୁଲ ଫି’ ଛାଡ଼ ପ୍ରସଙ୍ଗରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନୋଟିସ୍

ନୂଆଦିଲ୍ଲୀ: ଓଡ଼ିଶା ହାଇକୋର୍ଟର ନୂତନ ବିଚାରପତି ଭାବେ ନ୍ୟାୟିକ ଅଧିକାରୀ (ଜୁଡିସିଆଲ୍‌ ଅଫିସର) ବିଭୁ ପ୍ରସାଦ ରାଉତରାୟଙ୍କୁ ନିଯୁକ୍ତି ମିଳିଛି। ଏସଂକ୍ରାନ୍ତୀୟ ବିଧିବଦ୍ଧ ବିଜ୍ଞପ୍ତି ଆଜି କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଛି।

ଉଲ୍ଲେଖଯୋଗ୍ୟ, ସୁପ୍ରିମ୍‌ କୋର୍ଟଙ୍କ କଲେଜିୟମ ଓଡ଼ିଶା ହାଇକୋର୍ଟରେ ନୂତନ ବିଚାରପତି ଭାବେ ନିଯୁକ୍ତି ପ୍ରଦାନ କରିବାକୁ ନ୍ୟାୟିକ ଅଧିକାରୀ (ଜୁଡିସିଆଲ୍‌ ଅଫିସର) ବିଭୁ ପ୍ରସାଦ ରାଉତରାୟ ଓ ଆଇନଜୀବୀ ସଞ୍ଜୀବ କୁମାର ପାଣିଗ୍ରାହୀଙ୍କ ନାମ ଗତ ଅକ୍ଟୋବର ୩ ତାରିଖରେ କେନ୍ଦ୍ର ସରକାରଙ୍କୁ ସୁପାରିସ କରିଥିଲେ। ତେବେ, ଆଜି କେନ୍ଦ୍ର ସରକାରଙ୍କ ପକ୍ଷରୁ ଓଡ଼ିଶା ହାଇକୋର୍ଟରେ ନୂତନ ବିଚାରପତି ଭାବେ ନ୍ୟାୟିକ ଅଧିକାରୀ (ଜୁଡିସିଆଲ୍‌ ଅଫିସର) ବିଭୁ ପ୍ରସାଦ ରାଉତରାୟଙ୍କୁ ନିଯୁକ୍ତି ମିଳିଥିବା ‌ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ଆଇନଜୀବୀ ସଞ୍ଜୀବ କୁମାର ପାଣିଗ୍ରାହୀଙ୍କ ସଂପର୍କରେ କୌଣସି ଉଲ୍ଲେଖ ନାହିଁ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe