ସିମଲା: ହିମାଚଳ ପ୍ରଦେଶର ବିଳାସପୁରରେ ଭୂସ୍ଖଳନ ପରେ ମାଟି ଅତଡା ତଳେ ବସ ଫସିରହିବା ଘଟଣା । ବଡ଼ ଅଘଟଣାରେ ବର୍ତ୍ତମାନ ସୁଦ୍ଧା ୧୮ ଜଣଙ୍କ ମୃତ୍ୟପୁ ହୋଇଥିବା ଜାତୀୟ ଗଣମାଧ୍ଯମରେ ପ୍ରକାଶ ପାଇଥିବା ବେଳେ ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ତେବେ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ, ପୋଲିସ ପ୍ରଶାସନ ପକ୍ଷରୁ ଉଦ୍ଧାର କାମ ଜାରି ରହିଥିବା ବେଳେ ସ୍ଥାନୀୟ ଲୋକ ମଧ୍ୟ ଉଦ୍ଧାର କାମରେ ଲାଗି ପଡିଛନ୍ତି । ମୃତ୍ୟୁର ଆଁ ଭିତରୁ ଜୀବନ ବଞ୍ଚାଇବାକୁ ଜୋରଦାର ଉଦ୍ୟମ ଚାଲିଛି ।
Saddened by the loss of lives due to a mishap in Bilaspur, Himachal Pradesh. My thoughts are with the affected people and their families during this difficult time. Praying for the speedy recovery of the injured.
— PMO India (@PMOIndia) October 7, 2025
An ex-gratia of Rs. 2 lakh from PMNRF would be given to the next…
ସେପଟେ ଘଟଣାରେ ରାଷ୍ଟ୍ରପତିଙ୍କ ସମେତ ପ୍ରଧାନମନ୍ତ୍ରୀ ଦୁଃଖ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ ଘଟଣା ଶୁଣି ମର୍ମାହତ ହୋଇଥିବା ବେଳେ ମୃତକଙ୍କ ପରିବାର ପାଇଁ ୨ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ରାଶି ଘୋଷଣା କରିଛନ୍ତି ଏବଂ ଗୁରୁତର ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଘୋଷଣା କରିଛନ୍ତି ।
बिलासपुर, हिमाचल प्रदेश में भूस्खलन के कारण हुई बस दुर्घटना में कई लोगों की मृत्यु का समाचार अत्यंत दुखद है। अपने प्रियजनों को खोने वाले परिवारों के प्रति मैं संवेदना व्यक्त करती हूँ और घायल हुए लोगों के शीघ्र स्वस्थ होने की कामना करती हूँ।
— President of India (@rashtrapatibhvn) October 7, 2025
ସେହିପରି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ଯ ଘଟଣାରେ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାର ବର୍ଗଙ୍କ ପାଇଁ ସମବେଦନା ଜଣାଇଛି । ଆହତଙ୍କ ଶୀଘ୍ର ସୁସ୍ଥତା ପାଇଁ ମହାମହିମ ପ୍ରାର୍ଥନା କରିଛନ୍ତି ।
हिमाचल प्रदेश के बिलासपुर में भूस्खलन के कारण हुए बस हादसे से मन अत्यंत दुखी है। NDRF की टीमें घटना स्थल पर पहुँच चुकी हैं और बचाव कार्य में लगीं हैं। इस हादसे में जिन लोगों ने अपनों को खोया है, उनके प्रति संवेदनाएँ व्यक्त करता हूँ। साथ ही, घायलों के शीघ्र स्वस्थ होने की कामना…
— Amit Shah (@AmitShah) October 7, 2025
ସେପଟେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଦୁଃଖ ପ୍ରକାଶ କରି କହିଛନ୍ତି- ହିମାଚଳ ପ୍ରଦେଶର ବିଳାସପୁରରେ ଭୂସ୍ଖଳନ ଯୋଗୁଁ ଘଟିଥିବା ବସ୍ ଦୁର୍ଘଟଣା ଖବର ଶୁଣି ମୁଁ ଗଭୀର ଦୁଃଖିତ। NDRF ଟିମ୍ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟରେ ନିୟୋଜିତ ଅଛନ୍ତି। ଏହି ଦୁର୍ଘଟଣାରେ ଯେଉଁମାନେ ସେମାନଙ୍କର ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୁଁ ମୋର ସମବେଦନା ପ୍ରକାଶ କରୁଛି।
ହିମାଚଳ ପ୍ରଦେଶ ମୁଖ୍ଯମନ୍ତ୍ରୀ ମଧ୍ଯ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ।
बिलासपुर ज़िला के झंडूता विधानसभा क्षेत्र के बालूघाट (भल्लू पुल) के पास हुए भीषण भूस्खलन की ख़बर ने मन को भीतर तक झकझोर दिया है।
— Sukhvinder Singh Sukhu (@SukhuSukhvinder) October 7, 2025
इस भारी भूस्खलन में एक प्राइवेट बस के चपेट में आने से 10 लोगों के निधन का दु:खद समाचार मिला है और कई अन्य के मलबे में दबे होने की आशंका है। रेस्क्यू… pic.twitter.com/GBZslb36CP
ସୂଚନା ଅନୁସାରେ- ଭୂସ୍କଳନରେ ମାଟି ତଳେ ଦବିଯାଇଛି ବସ୍ । ବସ୍ରେ ପାଖାପାଖି ୩୫ ଜଣ ଯାତ୍ରୀ ଥିଲେ। ବସଟି ଭଲ୍ଲୁ ବ୍ରିଜ ନିକଟରେ ଅତିକ୍ରମ କରୁଥିଲା । ଏହି ସମୟରେ ହଠାତ୍ ବସଟି ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସି ପଡ଼ିଥିଲା । ଏହା ଦେଖି ଯାତ୍ରୀମାନେ ଚିତ୍କାର କରିଉଠିଥିଲେ । ଯାତ୍ରୀଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ଘଟଣା ସ୍ଥଳରେ ପହଞ୍ଚିଥିଲେ ଏବଂ ତୁରନ୍ତ ଉଦ୍ଧାର କାର୍ଯ୍ୟରେ ଲାଗିଥିଲେ। ପୁଲିସ ଓ ଉଦ୍ଧାରକାରୀ ଦଳ ଏକ ଜେସିବି ଜରିଆରେ ବସ୍ ଉପରୁ ମାଟି ଅତଡ଼ା ବାହାର କରିଥିଲେ। ଏହା ପରେ ଆହତଙ୍କୁ ବସରୁ ବାହାର କରି ଆମ୍ବୁଲାନ୍ସ ଜରିଆରେ ସ୍ଥାନୀୟ ହସ୍ପିଟାଲକୁ ନିଆଯାଇଥିଲା।