ନୂଆଦିଲ୍ଲୀ: ରାଜ୍ୟସଭା ଉପ ନିର୍ବାଚନ ପାଇଁ ୩ଟି ରାଜ୍ୟର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ଭାରତୀୟ ଜନତା ପାର୍ଟିର କେନ୍ଦ୍ରୀୟ ନିର୍ବାଚନ ସମିତି। ଆନ୍ଧ୍ରପ୍ରଦେଶ, ହରିଆଣା ଓ ଓଡ଼ିଶାର ଉପ ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ବିଜେପି। ଆନ୍ଧ୍ରପ୍ରଦେଶରୁ ରୟାଗ କ୍ରିଷ୍ଣୟା, ହରିଆଣାରୁ ରେଖା ଶର୍ମା ଓ ଓଡ଼ିଶାରୁ ସୁଜିତ କୁମାରଙ୍କ ନାମ ଘୋଷଣା କରାଯାଇଛି।
ଆଜି ବିଜେପି ପ୍ରାର୍ଥୀ ସୁଜିତ କୁମାର ରାଜ୍ୟସଭା ଉପନିର୍ବାଚନ ଲାଗି ବିଧାନସଭାରେ ପ୍ରାର୍ଥୀପତ୍ର ଦାଖଲ କରିବେ। ନାମାଙ୍କନ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରମୁଖ ଉପସ୍ଥିତ ରହିବେ ବୋଲି ଜଣାଯାଇଛି। ସୁଜିତଙ୍କର କାର୍ଯ୍ୟକାଳ ଏପ୍ରିଲ ୨, ୨୦୨୬ରେ ଶେଷ ହେବାକୁ ଥିବାବେଳେ ସେ ଗତ ସେପ୍ଟେମ୍ବର ୬ ତାରିଖରେ ରାଜ୍ୟସଭା ସାଂସଦ ଓ ବିଜେଡିରୁ ଇସ୍ତଫା ଦେଇଥିଲେ। ସେ ବିଜେପିରେ ଯୋଗ ଦେଇଥିଲେ। ତେଣୁ ଏବେ ପୂର୍ବରୁ ମମତା ମହନ୍ତ ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେବା ସହ ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ମିଶିଥିଲେ। ଏହାପରେ ବିଜେପି ତାଙ୍କୁ ପୁଣି ରାଜ୍ୟସଭାକୁ ପଠାଇଥିଲା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/07/14/2025-07-14t130310706z-502487809_3832857453524870_6306522069312104664_n-2025-07-14-18-33-09.jpg)
/sambad/media/media_files/2024/12/09/uJ1QcmdY8T1nQe30ghWC.jpg)