ଭୁୁବନେଶ୍ୱର: ପ୍ରଥମ ପର୍ଯ୍ୟାୟ ଏବଂ ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ପାଇଁ ବିଜେପି ୪୦ ଜଣିଆ ତାରକା ପ୍ରଚାରକଙ୍କ ନାମ ତାଲିକା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପାଖରେ ଦାଖଲ କରିଛି ।

Advertisment

publive-image Times of India

publive-image

ଏହି ୪୦ ଜଣିଆ ତାଲିକାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି, ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା, ଗୃହମନ୍ତ୍ରୀ ରାଜନାଥ ସିଂ, କେନ୍ଦ୍ରମନ୍ତ୍ରୀ ନିତିନ ଗଡକରି, ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ, କେନ୍ଦ୍ରମନ୍ତ୍ରୀ ସୁଷମା ସ୍ୱରାଜ, ରାଷ୍ଟ୍ରୀୟ ସାଧାରଣ ସଂପାଦକ ରାମଲାଲ ଜୀ, କେନ୍ଦ୍ରମନ୍ତ୍ରୀ ଥାୱାରଚାନ୍ଦ ଗେହଲଟ, କେନ୍ଦ୍ରମନ୍ତ୍ରୀ ଜଗତ ପ୍ରସାଦ ନଡା, ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ରାଷ୍ଟ୍ରୀୟ ଉପସଭାପତି ଶିବରାଜ ସିଂ ଚୌହାନ, କେନ୍ଦ୍ରମନ୍ତ୍ରୀ ନିର୍ମଳା ସିତାରମଣ, ସୁଶ୍ରୀ ଉମା ଭାରତୀ, ସ୍ମୃତି ଇରାନି, ମୁକତାର ଆବାସ ନଗବୀ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥଙ୍କ ନାମ ସାମିଲ ରହିଛି।

publive-image Sanjeevni Today

ଏମାନଙ୍କ ବ୍ୟତୀତ ବିଜେପି ୪୦ ଜଣିଆ ତାରକା ପ୍ରଚାରକଙ୍କ ନାମ ତାଲିକା ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ରାଷ୍ଟ୍ରୀୟ ଉପସଭାପତି ଡ. ରମଣ ସିଂ, ହେମା ମାଳିନୀ, ଭୂପେନ୍ଦର ଯାଦବ, ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ରଘୁବର ଦାସ, ରାଷ୍ଟ୍ରୀୟ ସାଧାରଣ ସଂପାଦକ ଓ ରାଜ୍ୟ ପ୍ରଭାରୀ ଅରୁଣ ସିଂ, ସୌଦାନ ସିଂ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ରାଷ୍ଟ୍ରୀୟ ସଂପାଦକ ସୁରେଶ ପୂଜାରୀ, ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର, ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ଅର୍ଜୁନ ମୁଣ୍ଡା, ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧାରୀ ଗମାଙ୍ଗ, ରାଜ୍ୟ ସଭାପତି ବସନ୍ତ ପଣ୍ଡା, ବିଧାୟକ ଦଳ ନେତା କନକ ବର୍ଦ୍ଧନ ସିଂଦେଓ, ବରିଷ୍ଠ ନେତା ବିଶ୍ୱଭୂଷଣ ହରିଚନ୍ଦନ, ବରିଷ୍ଠ ନେତା ଡା. ଦାମୋଦର ରାଉତ, ପୂର୍ବତନ ମନ୍ତ୍ରୀ ସୁରମା ପାଢୀ, ବରିଷ୍ଠ ନେତା ପ୍ରତାପ ଷଢଙ୍ଗୀ, ରାଜ୍ୟ ଉପସଭାପତି ସମୀର ମହାନ୍ତି, ରାଜ୍ୟ ସାଧାରଣ ସଂପାଦକ ରଂଜନ ପଟେଲ, ରାଜ୍ୟ ସାଧାରଣ ସଂପାଦକ (ସଂଗଠନ) ମାନସ କୁମାର ମହାନ୍ତି, ରାଜ୍ୟ ସହ ସାଧାରଣ ସଂପାଦକ (ସଂଗଠନ)ଅମିତାଭ ଚକ୍ରବର୍ତୀ, ବିଧାୟକ ରବି ନାୟକ, ରାଜ୍ୟ ମୁଖପାତ୍ର ଗୋଲକ ମହାପାତ୍ର, ସିନେ ଅଭିନେତା ମିହିର ଦାସ ପ୍ରମୁଖଙ୍କ ନାମ ରହିଛି।