ଅହମଦାବାଦ: ମଝି ନଈରେ ପୋଲ ଭୁଶୁଡ଼ି ପଡିବା ଘଟଣା । ଦୁର୍ଘଟଣାରେ ବଢୁଛି ମୃତ୍ୟୁ ସଂଖ୍ୟା । ପୋଲ ଭାଙ୍ଗିଯିବା ଘଟଣାରେ ୯ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା । ପ୍ରାଥମିକ ଅବସ୍ଥାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଉଥିବା ବେଳେ ଇତିମଧ୍ୟରେ ୯ରେ ପହଞ୍ଚିଛି ମୃତକଙ୍କ ସଂଖ୍ଯା । ଘଟଣାରେ ୧୦ ଜଣ ଆହତ ହୋଇଛନ୍ତି । ଆହତମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ।
#WATCH | Vadodara, Gujarat | The Gambhira bridge on the Mahisagar river, connecting Vadodara and Anand, collapses in Padra; local administration present at the spot. pic.twitter.com/7JlI2PQJJk
— ANI (@ANI) July 9, 2025
ତେବେ ଆଜି ସକାଳ ସାଢେ ୮ଟାରେ ପୋଲଟି ଭୁଶୁଡି ପଡିବା ପରେ ନଦୀ ମଝିରେ ଦୁଇ ଖଣ୍ଡ ହୋଇଯାଇଥିଲା । ପୋଲ ଉପରେ ଟ୍ରାଫିକ୍ ଜାମ୍ ହୋଇଥିବାରୁ ଏପରି ଅଘଟଣ ଘଟିଲା । ପୁରୁଣା ପୋଲ ଥିବାରୁ ଏହା ଭୁଶୁଡି ପଡିଲା । ପୋଲ ଦୁଇଫାଳ ହେବା ପରେ ୫ରୁ ଅଧିକ ଗାଡ଼ି ନଦୀକୁ ଖସି ପଡିଥିଲା । ସେସବୁକୁ ଉଦ୍ଧାର କରାଯାଇଥିବା ବେଳେ ଏବେବି ୨ଟି ଟ୍ରକ୍ ଏବଂ ପିକ୍ ଅପ୍ ଭ୍ଯାନ୍ ନଦୀରେ ପଡିଛି । ଗୋଟେ ଟ୍ରକ୍ ଝୁଲନ୍ତା ଅବସ୍ଥାରେ ପୋଲ ଉପରେ ରହିଛି ।
ଗୁଜୁରାଟ ବଡୋଦରା ମହିସାଗର ନଦୀ ଉପରେ ଥିବା ଗମ୍ଭୀରା ବ୍ରିଜ୍ ଭାଙ୍ଗିଯିବାରୁ ଗାଡ଼ି ଗୁଡ଼ିକ ପୋଲ ତଳକୁ ଖସି ପଡିଥିଲା । ତେବେ ପୋଲଟି ୪୩ ବର୍ଷ ପୁରୁଣା ହୋଇଥିବା କୁହାଯାଉଛି । ହଠାତ୍ ପୋଲ ଭାଙ୍ଗିବା ଫଳରେ ଦୁଇ ଭାଗ ହୋଇଗଲା ପୁରୁଣା ପୋଲ ଏବଂ ପୋଲ ଉପରେ ଥିବା ଲୋକଙ୍କ ଭିତରେ ଆତଙ୍କ ଖେଳିଗଲା ।
#WATCH | Vadodara, Gujarat | Anand Collector Praveen Chaudhary says, "... According to preliminary information, a truck, an Eco, and some bikes fell below. Rescue operations are ongoing. The Vadodara administration and NDRF are present at the site... Arrangements are being made… https://t.co/2A0beglAzdpic.twitter.com/zX3AkAaqYw
— ANI (@ANI) July 9, 2025
ଆଜି ସକାଳ ସାଢେ ୮ଟା ବେଳେ ଏହି ଘଟଣା ଘଟିଥିବା ବେଳେ ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଗୋଟିଏ ଟ୍ୟାଙ୍କର ଭାଙ୍ଗି ଯାଇଥିବା ପୋଲରୁ ଅଧା ଝୁଲି ରହିଥିବା ଦେଖିବାକୁ ମିଳିଛି । ଘଟଣାସ୍ଥଳରେ ଉଦ୍ଧାର ଉଦ୍ୟମ ଚାଲିଥିବା ବେଳେ ନଦୀ ଭିତରେ ଖସି ପଡିଥିବା ଲୋକଙ୍କୁ ଖୋଜାଖୋଜି ଚାଲିଛି ।
#WATCH | Vadodara, Gujarat: Efforts to bring out a truck that fell into Mahisagar river when Gambhira bridge collapsed, are underway. As per the latest death toll, 9 bodies have been recovered so far and around 9 injured have been shifted to hospitals. pic.twitter.com/JzljcUCFWy
— ANI (@ANI) July 9, 2025