ପରଲୋକରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟ

ପରଲୋକରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟ

କୋଲକାତା: ବାମପନ୍ଥୀ ନେତା ତଥା ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କର ଆଜି ଦକ୍ଷିଣ କୋଲକାତା ବାସଭବନରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା। ସେ କିଛି ଦିନ ଧରି ଅସୁସ୍ଥ ଥିଲେ ଏବଂ ଶ୍ୱାସକ୍ରିୟା ଜନୀତ ରୋଗରେ ପୀଡ଼ିତ ଥିଲେ। ଯାହା ଦ୍ବାରା ତାଙ୍କୁ ବାରମ୍ବାର ଡାକ୍ତରଖାନାରେ ଭର୍ତ୍ତି କରାଯାଉଥିଲା। ଗତ ବର୍ଷ ନିମୋନିଆରେ ଆକ୍ରାନ୍ତ ହେବା ପରେ ତାଙ୍କୁ ଲାଇଫ୍ ସପୋର୍ଟରେ ରଖିବାକୁ ପଡିଥିଲା।

ଜୁଲାଇ ୨୯ ତାରିଖରେ ଭଟ୍ଟାଚାର୍ୟ୍ୟଙ୍କୁ ଆଲିପୋରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ବଙ୍ଗଳାରେ ୩୪ ବର୍ଷ ବାମପନ୍ଥୀ ଶାସନ କାଳରେ ଭଟ୍ଟାଚାର୍ଯ୍ୟ ଦ୍ୱିତୀୟ ଏବଂ ଶେଷ ସିପିଏମ ମୁଖ୍ୟମନ୍ତ୍ରୀ ଯିଏକି ୨୦୦୦ ରୁ ୨୦୧୧ ପର୍ୟ୍ୟନ୍ତ କ୍ରମାଗତ ୧୧ ବର୍ଷ କାର୍ଯ୍ୟ କରିଥିଲେ। ତାଙ୍କ ମୃତ୍ୟୁରେ ତାଙ୍କ ପତ୍ନୀ ଓ ପୁତ୍ର ଗଭୀର ଭାବେ ଭାଙ୍ଗି ପଡ଼ିଛନ୍ତି।

୨୦୧୧ ମସିହାରେ ହୋଇଥିବା ମତଦାନରେ ଭଟ୍ଟାଚାର୍ଯ୍ୟ ସିପିଏମର ନେତୃତ୍ୱ ନେଇଥିଲେ, ଯେତେବେଳେ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ତୃଣ ମୂଳ କଂଗ୍ରେସ ଏକ ଐତିହାସିକ ବିଜୟ କରି ପୂର୍ବ ରାଜ୍ୟରେ ୩୪ ବର୍ଷର କମ୍ୟୁନିଷ୍ଟ ଶାସନକୁ ସମାପ୍ତ କରିଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe