ସ୍ଥଳଭାଗ ନିକଟତର ହେଲା ବାତ୍ୟା ବୁଲବୁଲ, ଯେକୌଣସି ସମୟରେ ଲ୍ୟାଣ୍ଡଫଲ କରିପାରେ

ଭୁବନେଶ୍ୱର : ଅତି ଭୀଷଣ ସାମୁଦ୍ରିକ ବାତ୍ୟା ବୁଲବୁଲ ଧୀରେ ଧୀରେ ସ୍ଥଳଭାଗ ନିକଟତର ହେଉଛି। ଯେକୌଣସି ସମୟରେ ଏହା ପଶ୍ଚିମବଙ୍ଗର ସାଗରଦ୍ୱୀପ ଓ ବାଂଲାଦେଶର ଖେପୁପଡା ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବାର ସମ୍ଭାବନା ରହିଛି ବୋଲି ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟ କହିଛି । ବାତ୍ୟା ସ୍ଥଳଭାଗ ନିକଟବର୍ତ୍ତି ହୋଇଥିବାରୁ ପଶ୍ଚିମବଙ୍ଗ ଓ ବାଂଲାଦେଶର ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ଏବେ ପବନର ବେଗ ଘଣ୍ଟା ପ୍ରତି ୧୪୦ କିଲୋମିଟରରେ ପହଞ୍ଚିଛି । ଏହା ସହିତ ପ୍ରବଳ ବର୍ଷା ଓ ସମୁଦ୍ରରେ ଉଚ୍ଚ ଜୁଆର ଉଠୁଛି । ବାତ୍ୟାପ୍ରଭାବରେ ଏପର୍ଯ୍ୟନ୍ତ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

ଭାରତୀୟ ପାଣିପାଗ ବିଭାଗର ରିପୋର୍ଟ ଅନୁସାରେ ଏହା ଓଡ଼ିଶାର ପାରାଦୀପଠାରୁ ୧୭୫ କିଲୋମିଟର ଉତ୍ତର-ଉତ୍ତରପୂର୍ବ ଦିଗରେ, ପଶ୍ଚିମ ବଙ୍ଗଠାରୁ ୫୦ କିଲୋମିଟର ଦକ୍ଷିଣ,ଦକ୍ଷିଣ-ପଶ୍ଚିମ ଦିଗରେ କେନ୍ଦ୍ରୀଭୂତ ରହିଛି । ଏହା ଘଣ୍ଟାପ୍ରତି ୯ କିଲୋମିଟର ବେଗରେ ଉତ୍ତର-ପୂର୍ବ ଦିଗରେ ଗତି କରୁଛି । ଏହାକୁ ଦୃଷ୍ଟିରେ ରଖି କୋଲକତା ବିମାନ ବନ୍ଦରକୁ ଆଜି ସଂଧ୍ୟା ୬ଟା ପରେ ବନ୍ଦ କରିଦିଆଯାଇଛି । ୧୨ ଘଣ୍ଟା ପାଇଁ ଏହା ବନ୍ଦ ରହିବ ।

ସମ୍ବନ୍ଧିତ ଖବର