ଲକ୍ଷ୍ନୌ: ଉତ୍ତରପ୍ରଦେଶର ବୁଲନ୍ଦସହରରେ ରବିବାର ଏକ ବସ୍ ଓ ପିକ୍ଅପ୍ ଭ୍ୟାନ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୧୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୫ରୁ ଅଧିକ ଆହତ ହୋଇଛନ୍ତି। ପୁଲିସ ସୂଚନା ଅନୁଯାୟୀ, ସାଲେପୁର ଅଞ୍ଚଳର ବଦାୟୁଁ-ମିରଟ ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି। ପିକ୍ଅପ୍ ଭ୍ୟାନ୍ରେ ୨୫ ଜଣ ଯାତ୍ରୀ ଯାଉଥିବା ବେଳେ ସେମାନଙ୍କ ମଧ୍ୟରୁ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ୭ ଜଣ ଘଟଣାସ୍ଥଳରେ ପ୍ରାଣ ହରାଇଥିବା ବେଳେ ଆଉ ୩ ଜଣଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଆହତଙ୍କ ମଧ୍ୟରୁ ୬ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଏକ ଘରୋଇ ବସ୍ ଅନ୍ୟ ଏକ ଗାଡ଼ିକୁ ଓଭରଟେକ୍ କରିବାକୁ ଚେଷ୍ଟା କରୁଥିବା ବେଳେ ଟେମ୍ପୋକୁ ଧକ୍କା ଦେବାରୁ ଏହା ଚୁର୍ମାର ହୋଇଯାଇଥିଲା। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଆହତମାନଙ୍କୁ ତତ୍କାଳ ସମସ୍ତ ଚିକିତ୍ସା ସୁବିଧା ଉପଲବ୍ଧ କରାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।
ବସ୍-ଭ୍ୟାନ୍ ମୁହାଁମୁହିଁ ଧକ୍କା, ୧୦ ମୃତ
/sambad/media/post_attachments/wp-content/uploads/2024/08/fgdjdjgdgj.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)