ନୂଆଦିଲ୍ଳୀ: ନିକଟରେ ହୋଇଥିବା ଶୁଣାଣି ସମୟରେ ବେଙ୍ଗାଲୁରୁର ଏକ ଅଞ୍ଚଳକୁ ‘ପାକିସ୍ତାନ’ ବୋଲି ସମ୍ବୋଧନ କରି ବିବାଦୀୟ ମନ୍ତବ୍ୟ ଦେଇଥବା କର୍ଣ୍ଣାଟକ ହାଇକୋର୍ଟର ବିଚାରପତି ଜଷ୍ଟିସ ଭି ଶ୍ରୀଶାନନ୍ଦଙ୍କ ଉପରେ ବର୍ଷିଛନ୍ତି ସୁପ୍ରିମ୍କୋର୍ଟ।
ସୁପ୍ରିମକୋର୍ଟ ବୁଧବାର କର୍ଣ୍ଣାଟକ ହାଇକୋର୍ଟର ବିଚାରପତି ଜଷ୍ଟିସ ଭି ଶ୍ରୀଶାନନ୍ଦଙ୍କୁ କଡ଼ା ସ୍ବରରେ କହିଛନ୍ତି କି ‘‘ଆପଣ ଭାରତର କୌଣସି ବି ଅଞ୍ଚଳକୁ ଏପରି ଭାବେ ପାକିସ୍ତାନ କହି ସମ୍ବୋଧନ କରିପାରିବେ ନାହିଁ।’’
ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡିୱାଇ ଚନ୍ଦ୍ରଚୁଡଙ୍କ ନେତୃତ୍ୱରେ ଗଠିତ ଏକ ଖଣ୍ଡପୀଠ କହିଛନ୍ତି ଯେ ବିଚାରପତି ତାଙ୍କର ମନ୍ତବ୍ୟ ପାଇଁ କ୍ଷମା ମାଗି ସାରିଛନ୍ତି।
ଭାଇରାଲ୍ ଭିଡିଓରେ ଦେଖିବାକୁ ମିଳିଥିଲା ଯେ ହାଇକୋର୍ଟର ବିଚାରପତି ଜଷ୍ଟିସ ଭି ଶ୍ରୀଶାନନ୍ଦ ବେଙ୍ଗାଲୁରୁର ଏକ ଅଞ୍ଚଳକୁ ‘ପାକିସ୍ତାନ’ ବୋଲି କହିଥିଲେ। ଯାହାକୁ ନେଇ ବିବାଦ ଉପୁଜିଥିଲା। ତେବେ ସେହି ମାମଲାର ବିଚାର କରିଥିଲେ ସର୍ବୋଚ୍ଚ ନ୍ୟାୟାଳୟର ଏକ ଖଣ୍ଡପୀଠ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/07/14/2025-07-14t130310706z-502487809_3832857453524870_6306522069312104664_n-2025-07-14-18-33-09.jpg)
/sambad/media/media_files/JYLn4A9Ba0gvckxg3x9O.jpg)