ନୂଆଦିଲ୍ଲୀ : ଜମ୍ମୁ-କାଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ଆକ୍ରମଣର ଦୋଷୀ ଓ ସେମାନଙ୍କ ପ୍ରେତ୍ସାହକମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିବା ପରେ ଭାରତ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରସ୍ତୁତ ହେଉଛି । ଏହି କାର୍ଯ୍ୟାନୁଷ୍ଠାନକୁ ସୁରକ୍ଷା ସଂପର୍କିତ କ୍ୟାବିନେଟ କମିଟି ଅନୁମୋଦନ କରିଛି । ଏଥିପାଇଁ ଦିଲ୍ଲୀରେ ଘନ ଘନ ବୈଠକ ଚାଲିଛି । ସରକାର ବାରମ୍ବାର ତିନି ସେନା ସହ ଆଲୋଚନା କରୁଛନ୍ତି ।
ରବିବାର ଭାରତୀୟ ସଶସ୍ତ୍ର ବାହିନୀର ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ (ସିଡିଏସ୍) ଜେନେରାଲ ଅନୀଲ ଚୌହାନ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ତାଙ୍କ ନୂଆଦିଲ୍ଲୀସ୍ଥିତ ବାସଭବନରେ ଭେଟିଛନ୍ତି। ଏହି ବୈଠକ ପ୍ରାୟ ୪୦ ମିନିଟ୍ ଧରି ଚାଲିଥିଲା। ବୈଠକରେ ଜେନେରାଲ ଚୌହାନ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ବିଭିନ୍ନ ଅପରେସନ୍ ବିଷୟରେ ବିସ୍ତୃତ ଭାବରେ ଅବଗତ କରାଇଥିଲେ ଏବଂ ସେମାନଙ୍କର ବହୁମୁଖୀ ରଣନୀତି ଏବଂ ସେମାନଙ୍କର ପ୍ରଭାବ ବିଷୟରେ ଆଲୋଚନା କରିଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2024-08-23t123957970z-tpnc.jpg)