ଆସନ୍ତାକାଲି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସହ ଆଠ ଦିନିଆ ବିଦେଶ ଗସ୍ତରେ ଯିବେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ

ନୂଆଦିଲ୍ଲୀ : ଆସନ୍ତାକାଲି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସହ ଆଠ ଦିନିଆ ବିଦେଶ ଗସ୍ତରେ ଯିବେ କେନ୍ଦ୍ରମନ୍ତ୍ରୀ ତଥା ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀ। ଏହି ଗସ୍ତରେ ରାଷ୍ଟପତି, ଆଫ୍ରିକାର ଜିନିଆ, ଗାମ୍ବିଆ, ବେନିନ୍ ଭଳି ଦେଶ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି।

ଏହି ଗସ୍ତ ବେଳେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ ଏବଂ ପଶ୍ଚିମବଙ୍ଗର ସାଂସଦ ଦିଲ୍ଲୀପ ଘୋଷ ରାଷ୍ଟ୍ରପତିଙ୍କ ସହ ଉପସ୍ଥିତ ରହିବେ। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଫ୍ରିକାର ଅନେକ ଦେଶ ଯାଇ ଦ୍ୱିପାକ୍ଷିକ ସଂପର୍କ ମଜବୁତ କରିବା ଦିଗରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ବାଲେଶ୍ୱରରୁ ପ୍ରଥମ ଥର ସାଂସଦ ଭାବେ ନିର୍ବାଚିତ ହୋଇଥିବା ପ୍ରତାପଙ୍କୁ ମୋଦିଙ୍କ ମନ୍ତ୍ରୀମଣ୍ଡଳରେ ସ୍ଥାନ ମିଳିଛି। ମନ୍ତ୍ରୀ ଭାବେ ଶପଥ ନେବା ପୂର୍ବରୁ ପ୍ରତାପଙ୍କୁ ନେଇ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ହୋଇଥିଲା। ଏପରିକି ତାଙ୍କୁ ଓଡ଼ିଶାର ମୋଦି ବୋଲି କୁହାଯାଉଥିଲା।

ସମ୍ବନ୍ଧିତ ଖବର