ଉତ୍ତରାଖଣ୍ଡ ହିମସ୍ଖଳନ: ମୃତକଙ୍କ ପରିବାରକୁ ୪ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଦେବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Advertisment
ଉତ୍ତରାଖଣ୍ଡ ହିମସ୍ଖଳନ: ମୃତକଙ୍କ ପରିବାରକୁ ୪ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଦେବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Malayala Manorama

ଚମୋଲି: ରବିବାର ଦିନ ନନ୍ଦାଦେବୀ ଗ୍ଲାସିଅରର ଏକ ଅଂଶ ଭାଙ୍ଗିବା ପରେ ଉତ୍ତରପ୍ରଦେଶର ଚମୋଲି ଜିଲ୍ଲାର ଜୋଶିମଠ ଧଉଳି ଗଙ୍ଗା ନଦୀରେ ବ୍ୟାପକ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହି ଘଟଣାରେ ୧୦ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୧୦୦ରୁ ଉର୍ଦ୍ଧ୍ବ ଶ୍ରମିକ ନିଖୋଜ ଅଛନ୍ତି। ଏ ମଧ୍ୟରେ ମୃତକଙ୍କ ପରିବାରୁ ୪ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଯୋଗଇ ଦେବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର ସିଂହ ରାୱତ ।

ଏକ ସାମ୍ବାଦିକ ସମ୍ମିଳନୀ କରି ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିବା ସହ କହିଛନ୍ତି ଯେ, ବର୍ତ୍ତମାନ ବନ୍ୟା ପରିସ୍ଥିତି ଏବଂ ଜଳସ୍ତର ବୃଦ୍ଧି ନେଇ ଆଶଙ୍କା ନଥିବା ସହ ପାଖ ଗାଁ ବାସିନ୍ଦାଙ୍କ ପାଇଁ ମଧ୍ୟ କୌଣସି ବିପଦ ନାହିଁ। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ କୌଣସି ପ୍ରକାରର ସାହାଯ୍ୟ ପାଇଁ ହେଲପଲାଇନ ନମ୍ବର ଜାରି କରିଥିଲେ। ପ୍ରଭାବିତ ଅଞ୍ଚଳରେ ଫସି ରହିଥିବା ଲୋକେ କୌଣସି ପ୍ରକାରର ସାହାଯ୍ୟ ପାଇଁ ୧୦୭୦ ବା ୯୫୫୭୪୪୪୪୮୬ରେ ଯୋଗାଯୋଗ କରିବାକୁ କୁହାଯାଇଥିଲା।

Image result for Uttarakhand glacier burst India TV News

ଏହି ହିମସ୍ଖଳନ କାରଣରୁ ବିଦ୍ୟୁତ୍ ପ୍ରକଳ୍ପ ଋଷି ଗଙ୍ଗା କ୍ଷତିଗ୍ରସ୍ତ ହୋଇଥିବା ଜଣାପଡ଼ିଛି। ଏହି ପ୍ରକଳ୍ପରେ କାର୍ଯ୍ୟ କରୁଥିବା ପ୍ରାୟ ୪୦ରୁ ୫୦ଜଣ ଶ୍ରମିକଙ୍କୁ ଖୋଜିବା ପାଇଁ ଉଦ୍ଧାର କାର୍ଯ୍ୟ ଚାଲିଛି। ଏହା ସହ ସେଠାରେ ଥିବା ତପୋବନ ବ୍ୟାରେଜ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି । ଉଦ୍ଧାର କାର୍ଯ୍ୟ ପାଇଁ ଆଟିବିପି, ଏସଡିଆରଏଫ ଏବଂ ଏନଡିଆରଏଫର ଟିମ୍ ସହ ବାୟୁସେନାର ହେଲିକପ୍ଟରକୁ କାମରେ ଲଗାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe