ପଞ୍ଜାବ ପରେ ରାଜସ୍ଥାନ ପାଳି, ବଦଳି ପାରନ୍ତି ମୁଖ୍ୟମନ୍ତ୍ରୀ !

ନୂଆଦିଲ୍ଲୀ : ପଞ୍ଜାବରେ ମୁଖ୍ୟମନ୍ତ୍ରୀ ବଦଳିବା ପରେ ଏବେ ରାଜସ୍ଥାନ ପାଳି । କଂଗ୍ରେସ ହାଇକମାଣ୍ଡ ଏବେ ରାଜସ୍ଥାନର ମୁଖ୍ୟମନ୍ତ୍ରୀଙ୍କୁ ବଦଳାଇବାକୁ ବିଚାର କରୁଥିବା ଜଣାଯାଇଛି ।

ଏକ ଜାତୀୟ ସ୍ତରର ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁସାରେ ରାଜସ୍ଥାନରେ ସରକାର ବିରୋଧୀ ହାଓ୍ବାର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟଙ୍କୁ ବଦଳାଯାଇପାରେ । ତାଙ୍କ ସ୍ଥାନରେ ସଚିନ ପାଇଲଟଙ୍କୁ ମୁଖ୍ୟମନ୍ତ୍ରୀ ଦାୟିତ୍ବ ଦିଆଯାଇପାରେ । ନିକଟରେ ସଚିନ ପାଇଲଟ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ଭେଟି ଆଲୋଚନା କରିବା ପରେ ଏହି ଚର୍ଚ୍ଚା ଜୋର ଧରିଛି । ତେବେ ଏହି ଆଲୋଚନା ସମ୍ପର୍କରେ ପଚରାଯିବାରୁ ସଚିନ କୌଣସି ଉତ୍ତର ଦେବାକୁ ମନା କରିଦେଇଛନ୍ତି ।

ମିଳିଥିବା ସୂଚନା ଅନୁସାରେ ୬ଟି ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପରେ ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ କରାଯିବ । ରାଜସ୍ଥାନରେ ଆସନ୍ତା ୨୦୨୩ରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ ।

ସୂଚନାଯୋଗ୍ୟ ଯେ, ନିକଟରେ କ୍ୟାପଟେନ ଅମରିନ୍ଦର ସିଂଙ୍କୁ ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ କଂଗ୍ରେସ ହାଇକମାଣ୍ଡ ଚରନଜିତ ସିଂ ଚନ୍ନିଙ୍କୁ ମୁଖ୍ୟମନ୍ତ୍ରୀ ନିୟୁକ୍ତି କରିଛି । ଅନ୍ୟପକ୍ଷରେ ବିଗତ କିଛି ମାସରେ ବିଜେପି ମଧ୍ୟ ଉତ୍ତରାଖଣ୍ଡ, କର୍ଣ୍ଣାଟକ ଓ ଗୁଜୁରାଟର ମୁଖ୍ୟମନ୍ତ୍ରୀମାନଙ୍କୁ ବଦଳାଇସାରିଛି ।

ସମ୍ବନ୍ଧିତ ଖବର