Times of India
ନୂଆଦିଲ୍ଲୀ: ଆଜି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଛି। ଗୁରୁବାର ଦିନ ତାଙ୍କୁ ନିୟମିତ ଯାଞ୍ଚ ପାଇଁ ଦିଲ୍ଲୀର ସାର୍ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହସ୍ପିଟାଲ ଦ୍ୱାରା ଦିଆଯାଇଥିବା ସୂଚନା ଅନୁଯାୟୀ, ଜୁଲାଇ ୩୦ରେ ସନ୍ଧ୍ୟା ୭ଟା ସମୟରେ କଂଗ୍ରେସ ଅଧ୍ୟକ୍ଷାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସୋନିଆ ଗାନ୍ଧୀଙ୍କ ସ୍ୱାସ୍ଥ୍ୟ ବର୍ତ୍ତମାନ ସ୍ଥିର ରହିଛି।
The Economic Timesସୂଚନା ମୁତାବକ, ଗତ କିଛି ଦିନ ହେବ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡିବା ଆରମ୍ଭ ହୋଇଥିଲା । ଏହି କାରଣରୁ ତାଙ୍କୁ ନିୟମିତ ଯାଞ୍ଚ ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅସୁସ୍ଥତା କାରଣରୁ ସୋନିଆ ଗାନ୍ଧୀ ୨୦୧୭ ରୁ୨୦୧୯ମଧ୍ୟରେ କିଛି ସମୟ ସକ୍ରିୟ ରାଜନୀତିରୁ ଦୂରେଇ ରହିଥିଲେ, କିନ୍ତୁ ରାହୁଲ ଗାନ୍ଧୀ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବା ପରେ ତାଙ୍କୁ ପୁଣି ଥରେ କଂଗ୍ରେସ ଦାୟିତ୍ୱ ନେବାକୁ ପଡ଼ିଲା | ସେବେଠାରୁ ସେ କଂଗ୍ରେସ ଅଧ୍ୟକ୍ଷା ପଦରେ ରହିଛନ୍ତି। ଗୁରୁବାର ଦିନ ଡାକ୍ତରଖାନାର ଡାକ୍ତର ଡି.ଏସ୍ ରାଣା ଗଣମାଧ୍ୟମକୁ ସୂଚନା ଦେଇଥିଲେ ଯେ, ତାଙ୍କୁ ନିୟମିତ ଚିକିତ୍ସା ଯାଞ୍ଚ ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି, ତାଙ୍କ ସ୍ୱାସ୍ଥ୍ୟ ବିଷୟରେ ଚିନ୍ତା କରିବାର କୌଣସି ଆବଶ୍ୟକତା ନାହିଁ।
Follow Us