ନୂଆଦିଲ୍ଲୀ: ହୁ ହୁ ହୋଇ ବଢ଼ି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୮୦ହଜାରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯଦିଓ ଗତ କିଛି ଦିନ ମଧ୍ୟରେ ଚିହ୍ନଟ ହେଉଥିବା ଆକ୍ରାନ୍ତଙ୍କ ସଂଖ୍ୟା ତୁଳନାରେ ଏହା ସାମାନ୍ୟ କମ୍, ତଥାପି ବି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲୋକଙ୍କ ଭିତରେ ଭୟ ଉପୁଜାଉଛି।
ସେପ୍ଟେମ୍ବର ୩୦ ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୬୨, ୨୫, ୭୬୩ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୫୧,୮୭,୮୨୫ ଜଣ ସୁସ୍ଥ ହୋଇଛନ୍ତି। ବାକି ୯୭, ୪୯୭ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ୨୪ ଘଣ୍ଟା ମଧ୍ୟରେ ଜଣାପଡ଼ିଥିବା ୮୦,୪୭୨ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯, ୪୦, ୪୪୧ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୧୭୯ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଥିବା ବେଳେ ସମୁଦାୟ ୧୦,୮୬,୬୮୮ ଜଣଙ୍କର କରୋନା ପରୀକ୍ଷଣ କରାଯାଇଥିବା ସୂଚନା ରହିଛି।
Time Magazineଗତକାଲି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୬୧, ୪୫, ୨୯୧ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଥିଲା । ଆକ୍ରାନ୍ତଙ୍କ ମଧ୍ୟରୁ ୫୧,୦୧,୩୯୭ ଜଣ ସୁସ୍ଥ ହୋଇଥିଲେ। ବାକି ୯୬, ୩୧୮ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିଲା । ୨୪ ଘଣ୍ଟା ମଧ୍ୟରେ ଜଣାପଡ଼ିଥିବା ୭୦,୫୮୯ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯, ୪୭, ୫୭୬ ରହିଥିଲା। ଗତ ୨୪ ଘଣ୍ଟା ମଧ୍ୟରେ ସମୁଦାୟ ୧୧,୪୨,୮୧୧ ଜଣଙ୍କର କରୋନା ପରୀକ୍ଷଣ କରାଯାଇଥିବା ନେଇ ଆଇସିଏମଆର ପକ୍ଷରୁ ସୂଚନା ଦିଆଯାଇଥିଲା।
Follow Us