୨୪ଘଣ୍ଟାରେ ୬୩,୪୯୦ କରୋନା ଆକ୍ରାନ୍ତ ଚିହ୍ନଟ, ୯୪୪ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ: ଅଗଷ୍ଟ ୧୬ ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୫,୮୯,୬୮୨ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୧୮୬୨୨୫୮ଜଣ ସୁସ୍ଥ ହୋଇଛନ୍ତି ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଛନ୍ତି। ୨୪ ଘଣ୍ଟାରେ ୯୪୪ଜଣ ଆକ୍ରାନ୍ତ ପ୍ରାଣ ହରାଇଥିବା ବେଳେ ଦେଶରେ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ସଂଖ୍ୟା ୪୯୯୮୦ ରେ ପହଞ୍ଚିଛି । ୨୪ ଘଣ୍ଟା ମଧ୍ୟରେ ଜଣାପଡ଼ିଥିବା ୬୩,୪୯୦ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୭୭୪୪୪ ରହିଛି। ତେବେ ଗତକାଲି ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହିଥିବା ବେଳେ ଆଜି ଏହି ସଂଖ୍ୟା କମ ରହିଛି।

Weekly Update: Global Coronavirus Impact and Implications
Counterpoint Research

ସୂଚନା ମୁତାବକ, ଅଗଷ୍ଟ ୧୫ ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୫,୨୬,୧୯୨ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଥିଲା । ଆକ୍ରାନ୍ତଙ୍କ ମଧ୍ୟରୁ ୧୮୦୮୯୩୬ଜଣ ସୁସ୍ଥ ହୋଇଥିଲେ ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଥିଲେ। ବାକି ୪୯୦୩୬ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିଲା । ୨୪ ଘଣ୍ଟା ମଧ୍ୟରେ ଜଣାପଡ଼ିଥିବା ୬୫,୦୦୨ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୬୮୨୨୦ ରହିଥିଲା। ତେବେ ଗତକାଲି ଆକ୍ରାନ୍ତଙ୍କ ଓ ମୃତ୍ୟୁ ସଂଖ୍ୟା ଅପେକ୍ଷା ଆଜିର ସଂଖ୍ୟା ଟିକେ କମ ରହିଛି। ଗତକାଲି ୨୪ଘଣ୍ଟାରେ ୯୯୬ଜଣ ମୃତ୍ୟୁବରଣ କରିଥିବା ବେଳେ ଆଜି ୯୪୪ଜଣ କରୋନା ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି।

ସମ୍ବନ୍ଧିତ ଖବର