ନୂଆଦିଲ୍ଲୀ: ଅଗଷ୍ଟ ୧୭ ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୬,୪୭,୬୬୪ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୧୯୧୯୮୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଛନ୍ତି। ୨୪ ଘଣ୍ଟାରେ ୯୪୧ଜଣ ଆକ୍ରାନ୍ତ ପ୍ରାଣ ହରାଇଥିବା ବେଳେ ଦେଶରେ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ସଂଖ୍ୟା ୫୦୯୨୧ ରେ ପହଞ୍ଚିଛି । ୨୪ ଘଣ୍ଟା ମଧ୍ୟରେ ଜଣାପଡ଼ିଥିବା ୫୭,୯୮୨ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୭୬୯୦୦ ରହିଛି। ତେବେ ଗତକାଲି ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହିଥିବା ବେଳେ ଆଜି ଏହି ସଂଖ୍ୟା କମ ରହିଛି। ଗତକାଲିଠାରୁ ଆଜି ମୃତ୍ୟୁ ସଂଖ୍ୟା ଏବେ ଆକ୍ରାନ୍ତଙ୍କ ସଂଖ୍ୟା କମ ରହିଛି।

Advertisment

2020: ECC acts to limit potential COVID-19 exposure - Elgin ... Elgin Community College

ସୂଚନା ମୁତାବକ, ଅଗଷ୍ଟ ୧୬ ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୫,୮୯,୬୮୨ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଥିଲା । ଆକ୍ରାନ୍ତଙ୍କ ମଧ୍ୟରୁ ୧୮୬୨୨୫୮ଜଣ ସୁସ୍ଥ ହୋଇଥିଲେ ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଥିଲେ। ୨୪ ଘଣ୍ଟାରେ ୯୪୪ଜଣ ଆକ୍ରାନ୍ତ ପ୍ରାଣ ହରାଇଥିବା ବେଳେ ଦେଶରେ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ସଂଖ୍ୟା ୪୯୯୮୦ ରେ ପହଞ୍ଚିଥିଲା । ୨୪ ଘଣ୍ଟା ମଧ୍ୟରେ ଜଣାପଡ଼ିଥିବା ୬୩,୪୯୦ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୭୭୪୪୪ ରହିଥିଲା।